ପ୍ରେମିକ ଶିକ୍ଷକଙ୍କୁ ଭେଟିବାକୁ ଯାଇ ଛାତ୍ରୀଙ୍କ ଜୀବନ ଗଲା

ବେଲଗୁଣ୍ଠା,୨୦ା୮(କୃଷ୍ଣଚନ୍ଦ୍ର ପଟ୍ଟନାୟକ):ପ୍ରେମିକ ଟ୍ୟୁଶନ ଶିକ୍ଷକଙ୍କୁ ଭେଟିବାକୁ ଯାଇ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତେବେ ପ୍ରେମଜନିତ ସମ୍ପର୍କକୁ ନେଇ ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ହତ୍ୟା କରିଥିବା ତାଙ୍କ ବାପା ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଶିକ୍ଷକଜଣଙ୍କ ଫେରାର ହୋଇଯାଇଛନ୍ତି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ମୁଜାଗଡ଼ ଗ୍ରାମରେ।
ଅଭିଯୋଗ ଅନୁସାରେ, ୨୦୦୪ରେ ସୋରଡ଼ା ଅଞ୍ଚଳର ଶ୍ୟାମଘନ ଗୌଡ଼ ମୁଜାଗଡ଼ ବିଦ୍ୟାଳୟରେ ସଂସ୍କୃତ ଶିକ୍ଷକ ଭାବେ ନିଯୁକ୍ତ ହୋଇଥିଲେ। ମୁଜାଗଡ଼ ଗ୍ରାମର ଫିରୋଜକାନ୍ତ ସାହୁଙ୍କ ନାବାଳିକା ଝିଅ ଜ୍ୟୋତିରେଖାଙ୍କୁ ଶିକ୍ଷକ ଶ୍ୟାମଘନ ସେତେବେଳେ ଟ୍ୟୁଶନ କରୁଥିଲେ। ପାଠପଢ଼ା ଭିତରେ ଶିକ୍ଷକ ଓ ଛାତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ବିବାହର ପ୍ରଲୋଭନ ଦେଖାଇ ଶିକ୍ଷକ ଶ୍ୟାମଘନ ଜ୍ୟୋତିରେଖାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ୨୦୧୯ରେ ଶ୍ୟାମଘନ ମୁଜାଗଡ଼ରୁ ବଦଳି ହୋଇ କ୍ଷତ୍ରିୟବରପୁର ନୋଡାଲ ଉଚ୍ଚ ବିଦ୍ୟାଳୟକୁ ଚାଲି ଯାଇଥିଲେ। ଏହାପରେ ସେ ଅନ୍ୟତ୍ର ବିବାହ କରିଥିଲେ ମଧ୍ୟ ଜ୍ୟୋତିରେଖାଙ୍କୁ ପ୍ରେମ ଜାଲରେ ବାନ୍ଧି ରଖିଥିଲେ। ଶନିବାର ଭୋର ସମୟରେ ଜ୍ୟୋତିରେଖା ଘରେ କାହାକୁ କିଛି ନ ଜଣାଇ କୁଆଡ଼େ ପଳାଇ ଯାଇଥିଲେ। ସକାଳ ପ୍ରାୟ ୯ଟାରେ ଶ୍ୟାମଘନ ଜ୍ୟୋତିରେଖାଙ୍କ ମୋବାଇଲ୍‌ରୁ ତାଙ୍କ ବାପା ଫିରୋଜକାନ୍ତଙ୍କୁ ଫୋନ୍‌ କରି ଝିଅ ବିଷ ଖାଇଦେଇଥିବା ଏବଂ ସେ ଗୋବରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଜଣାଇଥିଲେ। ଫିରୋଜକାନ୍ତ ଗୋବରା ମେଡିକାଲ୍‌ରେ ପହଞ୍ଚତ୍ ତାଙ୍କ ଝିଅର ମୃତଦେହ ପଡିଥିବା ଦେଖିଥିଲେ। ଡାକ୍ତରଙ୍କଠାରୁ ବିଷକ୍ରିୟା ଯୋଗୁ ଜ୍ୟୋତିରେଖାଙ୍କର ମୃତ୍ୟୁ ଘଟିଥିବା ଜାଣିବାକୁ ପାଇଥିଲେ। ତେବେ ଶ୍ୟାମଘନ ନିଜ ରାସ୍ତାରୁ କଣ୍ଟା ହଟାଇବା ପାଇଁ ଜ୍ୟୋତିରେଖାଙ୍କୁ ବିଷ ଦେଇ ମାରିଦେବା ସହିତ କୁଆଡ଼େ ଫେରାର ହୋଇଯାଇଥିବା ନେଇ ଫିରୋଜକାନ୍ତ ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଗାଙ୍ଗପୁର ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁ ଗୋବରା ମେଡିକାଲ୍‌ରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ରହ୍ମପୁର ଏଫ୍‌ଏମ୍‌ଟିକୁ ପଠାଇବା ସହିତ ୬୧୫/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜ୍ୟୋତିରେଖାଙ୍କ ମୃତ୍ୟୁର ପ୍ରକୃତ ରହସ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?