ବରଣମାଳା ଦେବାକୁ ମନ୍ଦିର ଯାଉଥିଲେ ପ୍ରେମୀଯୁଗଳ, ବାଟରେ ପ୍ରେମିକାଙ୍କୁ…

ଭୋଗରାଇ,୧୨ା୭(ପ୍ରଦୀପ ଦାସ): ମନ୍ଦିରରେ ବରଣମାଳା ଦେଇ ବିବାହ କରିବାକୁ ଆସୁଥିଲେ ପ୍ରେମୀଯୁଗଳ। ମାତ୍ର ନିୟତିର ନିୟମ ଥିଲା ଅଲଗା। ବସ୍‌ ପଛରେ ସ୍କୁଟିଟି ପିଟି ହୋଇଯିବାରୁ ଛିଟିକି ପଡ଼ିଥିଲେ ପ୍ରେମୀଯୁଗଳ। ପ୍ରେମିକାଙ୍କ ମୁଣ୍ଡ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରାକ୍ଟରରେ ପିଟି ହୋଇଯାଇଥିଲା। ଏହି ସମୟରେ ସ୍ଥାନୀୟ ଲୋକେ ଦୌଡ଼ିଯାଇ ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାପାର୍ଶ୍ୱରୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ପ୍ରେମିକାଙ୍କୁ ମୃତ ଘୋଷଣା କରିଥିଲେ। ପ୍ରେମିକ ଜଣକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ମୃତ ପ୍ରେମିକା ଜଣକ ହେଲେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ମାଣିଦା ଗ୍ରାମର ରାମକୃଷ୍ଣ ଦାସଙ୍କ ଝିଅ ପୂଜା (୨୧)।

ସୂଚନାନୁଯାୟୀ, ବସ୍ତା ଥାନା ଅଧୀନ ଚାକୁରାଇ ଗ୍ରାମର ଚିନ୍ମୟ ଦାସ ତାଙ୍କ ପ୍ରେମିକା ପୂଜାଙ୍କ ସହିତ ଏକ ସ୍କୁଟିରେ ବସି ଚନ୍ଦନେଶ୍ୱର ମନ୍ଦିର ଆସୁଥିଲେ। ଜଳେଶ୍ୱର-ଚନ୍ଦନେଶ୍ୱର ୫ ୭ ନଂ ରାଜ୍ୟ ରାଜପଥ ଭୋଗରାଇ ଥାନାଛକ ଶ୍ରୀବତ୍ସପୁର ସ୍କୁଲଠାରେ ବିପରୀତ ଦିଗରୁ ଆସୁଥିବା ଲଷ୍ମୀନାରୟଣ ଯାତ୍ରୀବାହୀ ବସ୍‌ ସମ୍ମୁଖରେ ଥିବା ଏକ ପିକ୍‌ଅପ୍‌କୁ ଓଭର ଟେକ୍‌ କରୁଥିବାବେଳେ ବସ୍‌ ପଛପଟେ ସ୍କୁଟିଟି ପିଟି ହୋଇଯାଇଥିଲା। ଆହତ ହୋଇଥିବା ପ୍ରେମିକ ତଥା ଚିନ୍ମୟଙ୍କ କହିବା ଅନୁଯାୟୀ, ପୂଜାଙ୍କୁ ସେ ଚନ୍ଦନେଶ୍ୱର ମନ୍ଦିରରେ ବରଣମାଳା ଦେଇ ଜୀବନସାଥୀ କରିବାକୁ ଆସୁଥିଲେ। ହେଲେ ସବୁ ସ୍ବପ୍ନ ଚୂରମାର ହୋଇଗଲା ବୋଲି କୋହଭରା କଣ୍ଠରେ ପ୍ରକାଶ କରିଛନ୍ତି। ଭୋଗରାଇ ପୋଲିସ ଏକ ଅପମୃତ୍ୟୁ ମାମଲା ଋ଼ଜୁ କରି ପ୍ରାଥମିକ ତଦନ୍ତ କରୁଥିବା ବେଳେ ଖବର ଲେଖା ହେଲା ବେଳକୁ ମୃତ ପୂଜାଙ୍କ ଆତ୍ମୀୟ ସ୍ବଜନ ହସ୍ପିଟାଲକୁ ଆସିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri