ଝଡ଼ବାତ୍ୟା ଆଶଙ୍କା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଝଡ଼ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି। ଆସନ୍ତା ୧୭ ତାରିଖ ସନ୍ଧ୍ୟା କିମ୍ବା ୧୮ ତାରିଖ ସକାଳେ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ କେତେକ ପାଣିପାଗ ମଡେଲ ଅନୁମାନ କରିଛି। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଜଣାପଡ଼ିବ। ଲଘୁଚାପ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା କରାଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ବିଶେଷକରି ଗଞ୍ଜାମ ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଜିଲାରେ ମଧ୍ୟ ଏହାର ପ୍ରଭାବ ରହିବ। ଆକାଶ ମେଘାଚ୍ଛନ୍ନ ସାଙ୍ଗକୁ ହାଲୁକା ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ବୁଧବାର ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ପାଗ କୋହଲା ରହିବା ସହ ମେଘୁଆ ରହିଛି। ଏଥିଯୋଗୁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଛି। ଆସନ୍ତା ୧୬ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟିଛି। ଗୁରୁବାର କେବଳ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ସହରରେ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri