ଲଘୁଚାପ: ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୯ା୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ(ଡିପ୍ରେଶନ)ରେ ପରିଣତ ହେବ। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ରାଜ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ ବରଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ଭୂସ୍ଖଳନ ହେବା ସହ ତଳିଆ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟିହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗିରହିବ।
ଲଘୁଚାପ ଯୋଗୁ ରାଜ୍ୟରେ ଗତ ଦୁଇଦିନ ହେବ ତୁହାକୁ ତୁହା ବର୍ଷା ଲାଗିରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରେ ୧୦୩ ମିଲିମିଟର ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ୧୩୭.୬, ଭବାନୀପାଟଣା ୮୧.୨, ଦାରିଙ୍ଗବାଡି ୪୦, କୋରାପୁଟ ୪୦.୪, ତାଳଚେର ୩୦, ଅନୁଗୋଳ ୨୨, କେନ୍ଦୁଝର ୧୫.୬, ଛତ୍ରପୁର ୯୫.୨, ବାଲେଶ୍ୱର ୩୪.୨, ଦେବଗଡ଼ ୨୮, ନୂଆପଡ଼ା ୩୦.୨, କେନ୍ଦ୍ରାପଡ଼ା ୨୦.୩, ଖୋର୍ଦ୍ଧାରେ ୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳଙ୍କୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ବେଳେବେଳେ ଏହା ୬୫ କି.ମି.କୁ ମଧ୍ୟ ବଢିଯାଉଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୧ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଏହାଛଡ଼ା ୧୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?