Posted inଜାତୀୟ

ନୂଆ ମୁଖ୍ୟମନ୍ତ୍ରୀଙ୍କ ଭାଗ୍ୟଶାଳୀ ନମ୍ବର

ଅମୃତସର,୧୬।୩: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଭାଗୱନ୍ତ ମାନ ଶପଥ ନେଇଛନ୍ତି। ଶହୀଦ ଭଗତ ସିଂଙ୍କ ଜନ୍ମସ୍ଥାନ ଖଟକର କଲାନରେ ଏକ ଭବ୍ୟ ସମାରୋହରେ ମାନ ଶପଥ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଆମ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସହ ଅନ୍ୟ ଦଳୀୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।
୪୮ ବର୍ଷୀୟ ଭଗୱନ୍ତ ମାନଙ୍କ ପାଇଁ ୧୬ ନମ୍ବର ବହୁତ ଭାଗ୍ୟଶାଳୀ। ଏହି କାରଣରୁ ସେ ମାର୍ଚ୍ଚ ୧୬ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ। ଏହି ଭାଗ୍ୟଶାଳୀ ସଂଖ୍ୟା ଆଜି ନୁହେଁ, କିନ୍ତୁ ତାଙ୍କ ଜୀବନରୁ ୩୦ ବର୍ଷ ହେବ ରହିପାରିବ।
ମେ ୧୬, ୧୯୯୨
ମେ ୧୬, ୧୯୯୨ ଭାଗଓ୍ବନ୍ତ ମାନଙ୍କର ପ୍ରଥମ ଆଲବମ ଆସିଥିଲା। ସେହି ସମୟ ମଧ୍ୟରେ ସେ ବି.କମ୍‌ର ଦ୍ୱିତୀୟ ବର୍ଷରେ ପଢୁଥିଲେ। ଏହି ବ୍ୟଙ୍ଗ ଭିତ୍ତିକ ଆଲବମ ରାଜନୈତିକ ଦୁର୍ନୀତିର ପର୍ଦ୍ଦାଫାଶ ଉପରେ ଆଧାରିତ ଥିଲା।

୧୬ ତମ ଲୋକ ସଭା ପାଇଁ ଏମ୍‌ପି ଭାବେ ମନୋନୀତ
୨୦୧୪ ମେ ୧୬ରେ, ସାରା ଦେଶରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଥିଲା। ଭାଗଓ୍ବନ୍ତ ମାନ ଆମ ଆଦମୀ ପାର୍ଟି ପକ୍ଷରୁ ପଞ୍ଜାବର ସାଙ୍ଗରୁରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଫଳାଫଳ ଆସିବା ପରେ ସେ ନିର୍ବାଚନରେ ଜିତିଥିଲେ। ଅର୍ଥାତ୍‌ ମେ ୧୬ରେ ମାନ ୧୬ତମ ଲୋକ ସଭାର ଏମ୍‌ପି ଭାବରେ ନିର୍ବାଚିତ ହୋଇଥିଲେ।

ମାର୍ଚ୍ଚ ୧୬ ୨୦୨୨
୨୦୨୨, ମାର୍ଚ୍ଚ ୧୬ରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ୪୮ ବର୍ଷୀୟ ମାନ ପଞ୍ଜାବର ଦ୍ୱିତୀୟ କନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପଞ୍ଜାବର କନିଷ୍ଠ ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ପ୍ରକାଶ ସିଂ ବାଦଲଙ୍କ ନାମରେ ରହିଛି। ବାଦଲ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ବୋବେଳେ ତାଙ୍କୁ ୪୨ ବର୍ଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri