ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି ବିଭାଗରେ ଏହି ପାଠ୍ୟକ୍ରମ ଖୋଲାଯିବ। ରାଜ୍ୟରେ ଶ୍ୱାସକ୍ରିୟାଜନିତ ରୋଗର ଚିକିତ୍ସା କ୍ଷେତ୍ରରେ ଏହି ପାଠ୍ୟକ୍ରମ ମାଇଲ୍‌ଖୁଣ୍ଟ ହେବ। ଦେଶରେ ଫୁସ୍‌ଫୁସ୍‌ ରୋଗ ଚିକିତ୍ସା ପାଇଁ ଔଷଧୀୟ ପାଠ୍ୟକ୍ରମ ପ୍ରଚଳନରେ ଏସ୍‌ସିବି ୧୦ମ ଅନୁଷ୍ଠାନ ହୋଇଥିବାବେଳେ ପୂର୍ବ ଭାରତରେ ଏପରି ଅନୁମତି ପାଇବାରେ ପ୍ରଥମ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହି ପାଠ୍ୟକ୍ରମ ଖୋଲିବା ଫଳରେ ସମସ୍ତ ପ୍ରକାର ଫୁସ୍‌ଫୁସ୍‌ଜନିତ ରୋଗର ଚିକିତ୍ସା ନିମନ୍ତେ ମାର୍ଗ ପ୍ରଶସ୍ତ ହେବ। ଏଥିସହ ଏହି ରୋଗର ନିଦାନ ଓ ଚିକିତ୍ସା ନିମନ୍ତେ ସମସ୍ତ ପ୍ରକାର ଉପକରଣ ତଥା ଯନ୍ତ୍ରପାତି ମଧ୍ୟ ଉପଲବ୍ଧ ହେବ। ଏସ୍‌ସିବି ମେଡିକାଲ କଲେଜର ଉତ୍କର୍ଷ କେନ୍ଦ୍ର ଅଧୀନରେ ଏହି ପାଠ୍ୟକ୍ରମ ପରିଚାଳିତ ହେବ ଏବଂ ଆଗକୁ ପାରାମେଡିକାଲ କୋର୍ସ ମଧ୍ୟ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?