ଶ୍ରମିକ ବଦଳରେ ମେଶିନ କରୁଛି କାମ

ଆଳି,୬ା୬(ଡି.ଏନ.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ମାଧ୍ୟମରେ ଜବ୍‌କାର୍ଡଧାରୀ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ସେମାନେ ଯେପରି ଅନ୍ୟ ରାଜ୍ୟକୁ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯିବେ ନାହିଁ ତାହା ଉପରେ ନଜର ରାଖି ସରକାର ଏହି ପଦକ୍ଷେପ ନେଇଛନ୍ତି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଜିଲା ପ୍ରଶାସନକୁ ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ବାଳକାଟି ପଞ୍ଚାୟତରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ସବୁ ସରକାରୀ ନିୟମକୁ ଫୁ କରି ପଞ୍ଚାୟତ ପ୍ରଶାସନ ଶ୍ରମିକମାନଙ୍କ ପେଟକୁ ଲାତ ମାରି ମେଶିନ ଦ୍ୱାରା କାମ କରୁଛି।
ସୂଚନା ଅନୁଯାୟୀ, ବାଳକାଟି ପଞ୍ଚାୟତର ଚୁନବନ୍ଧ ଗଁାରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଅଧୀନରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ପୋଖରୀ ଖନନ କାର୍ଯ୍ୟ ଚାଲୁ ରହିଛି। ଏହି କାମ ସମ୍ପୂର୍ଣ୍ଣ ଭାବେ ଶ୍ରମିକମାନଙ୍କ ଦ୍ୱାରା କରାଯିବାକୁ ନିର୍ଦ୍ଦେଶ ରହିଛି। ହେଲେ ସରକାରୀ ଯୋଜନାକୁ କିପରି ବାଟମାରଣା କରାଯିବ, ସେଥିପାଇଁ ଯୋଜନା ପ୍ରସ୍ତୁତ କରାଯାଇ ଶ୍ରମିକ ଭିତ୍ତିକ କାର୍ଯ୍ୟରେ ମେଶିନ ବ୍ୟବହାର କରାଯାଉଛି। ହେଲେ ପଞ୍ଚାୟତ ପ୍ରଶାସନ ଏହି ନିୟମକୁ ଉଲ୍ଲଂଘନ କରି ମେଶିନରେ କାମ କରୁଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ଜବକାର୍ଡ ହିତାଧିକାରୀମାନେ ଗଁାରେ କାମ ନ ପାଇ ଜିଲା ବାହାରକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମକୁ ମେଶିନ ଦ୍ୱାରା କରାଯିବାକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛ। ଜିଲା ପ୍ରଶାସନ ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଆଳି ବିଡିଓ ଦ୍ୱିବେନ୍ଦୁ ଦାସଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିବା ବେଳେ ତାହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri