ଶ୍ରମିକ ବଦଳରେ ମେଶିନ କରୁଛି କାମ

ଆଳି,୬ା୬(ଡି.ଏନ.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ମାଧ୍ୟମରେ ଜବ୍‌କାର୍ଡଧାରୀ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ସେମାନେ ଯେପରି ଅନ୍ୟ ରାଜ୍ୟକୁ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯିବେ ନାହିଁ ତାହା ଉପରେ ନଜର ରାଖି ସରକାର ଏହି ପଦକ୍ଷେପ ନେଇଛନ୍ତି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଜିଲା ପ୍ରଶାସନକୁ ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ବାଳକାଟି ପଞ୍ଚାୟତରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ସବୁ ସରକାରୀ ନିୟମକୁ ଫୁ କରି ପଞ୍ଚାୟତ ପ୍ରଶାସନ ଶ୍ରମିକମାନଙ୍କ ପେଟକୁ ଲାତ ମାରି ମେଶିନ ଦ୍ୱାରା କାମ କରୁଛି।
ସୂଚନା ଅନୁଯାୟୀ, ବାଳକାଟି ପଞ୍ଚାୟତର ଚୁନବନ୍ଧ ଗଁାରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଅଧୀନରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ପୋଖରୀ ଖନନ କାର୍ଯ୍ୟ ଚାଲୁ ରହିଛି। ଏହି କାମ ସମ୍ପୂର୍ଣ୍ଣ ଭାବେ ଶ୍ରମିକମାନଙ୍କ ଦ୍ୱାରା କରାଯିବାକୁ ନିର୍ଦ୍ଦେଶ ରହିଛି। ହେଲେ ସରକାରୀ ଯୋଜନାକୁ କିପରି ବାଟମାରଣା କରାଯିବ, ସେଥିପାଇଁ ଯୋଜନା ପ୍ରସ୍ତୁତ କରାଯାଇ ଶ୍ରମିକ ଭିତ୍ତିକ କାର୍ଯ୍ୟରେ ମେଶିନ ବ୍ୟବହାର କରାଯାଉଛି। ହେଲେ ପଞ୍ଚାୟତ ପ୍ରଶାସନ ଏହି ନିୟମକୁ ଉଲ୍ଲଂଘନ କରି ମେଶିନରେ କାମ କରୁଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ଜବକାର୍ଡ ହିତାଧିକାରୀମାନେ ଗଁାରେ କାମ ନ ପାଇ ଜିଲା ବାହାରକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମକୁ ମେଶିନ ଦ୍ୱାରା କରାଯିବାକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛ। ଜିଲା ପ୍ରଶାସନ ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଆଳି ବିଡିଓ ଦ୍ୱିବେନ୍ଦୁ ଦାସଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିବା ବେଳେ ତାହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭।୪: ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ୍‌...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri