ଚନ୍ଦନ ଗଛ ଉପରେ ମାଫିଆଙ୍କ ନଜର

କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ ଚନ୍ଦନଗଛ ଉପରେ ନଜର ପଡ଼ିଥିବା ବେଳେ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ରବିବାର ରାତିରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଚନ୍ଦନ ଗଛ ଚୋରି ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଠାରେ ଥିବା ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ପରିସରରୁ ଏକ ପୁରୁଣା ଚନ୍ଦନ ଗଛକୁ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ସେହିପରି ଦୁର୍ବୃତ୍ତମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଲାଗିଥିବା ଡିଆର୍‌ଡିଏ ଅଫିସ ନିକଟ ପୂର୍ବତନ ଅତିରିକ୍ତ ଜିଲାପାଳ (ରାଜସ୍ବ)ଙ୍କ ସରକାରୀ ଆବାସ ଗୃହ ପରିସରରୁ ଏକ ଚନ୍ଦନ ଗଛକୁ କାଟି ଚୋରି ଉଦ୍ୟମ କରିଛନ୍ତି। ତେବେ ଉକ୍ତ କ୍ୱାର୍ଟର୍ସରେ ରହୁଥିବା ପୂର୍ବତନ ଏଡିଏମ୍‌ଙ୍କ ସମ୍ପର୍କୀୟ ଶବ୍ଦ ଶୁଣି ବାହାରକୁ ଆସିବା ଦେଖି ଦୁର୍ବୃତ୍ତମାନେ କଟା ଗଛକୁ ଛାଡ଼ି ପଳାଇଛନ୍ତି। ସମ୍ପୃକ୍ତ ୨ଜଣ ଦୁର୍ବୃତ୍ତ ଟେକା ପଥର ଫିଙ୍ଗି ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରିଥିଲେ ହେଁ ଗଛ ନେଇପାରି ନାହାନ୍ତି। ତେବେ ତିନିଦିନ ମଧ୍ୟରେ ସହରରୁ ୫ଟି ଚନ୍ଦନ ଗଛକୁ କାଟି ନେଇଛନ୍ତି। ଏନେଇ ଅଭିଯୋଗ ପାଇବା ପରେ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ସଦର ରେଞ୍ଜ ଟାଉନ ଫରେଷ୍ଟର କାଳନ୍ଦୀ ସାମଲ କହିଛନ୍ତି। ସେହିପରି ପୋଲିସ ତନାଘନା ଆରମ୍ଭ କରିଛି।
ପ୍ରକାଶ ଯେ, କେନ୍ଦୁଝର ପୁରୁଣା ସହର ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରୁ ଶନିବାର ରାତିରେ ୩ ଚନ୍ଦନ ଗଛ ଚୋରି ହୋଇଥିଲା। ଟାଉନ ପୋଲିସ ତଦନ୍ତ ଚଳାଇଥିବା ବେଳେ ସବିଶେଷ ଯାଞ୍ଚ ପରେ ସବୁ କିଛି ଜଣାପଡ଼ିବ ବୋଲି ଉପଜିଲାପାଳ ତଥା ଦେବୋତ୍ତର ବିଭାଗ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ କହିଥିଲେ। ସେହିପରି କିଛିଦିନ ତଳେ ଆନନ୍ଦପୁର ଥାନା ଅଞ୍ଚଳର ଦୁଇ ମନ୍ଦିର ପରିସରରୁ ୪ ଏବଂ ଚମ୍ପୁଆ ଥାନା ଅଧୀନ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ ପରିସରରୁ ୧୧ ମୋଟ ୧୫ ଚନ୍ଦନ ଗଛ ଚୋରି ହୋଇଥିଲା। ୧୫ ଦିନ ମଧ୍ୟରେ ମୋଟ ୨୦ ଗଛ ଚୋରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri