ମହାନଦୀ ମାମଲା ଶୁଣାଣି ମେ’ ୧୪କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧୯।୪: ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ ଛତିଶଗଡ଼ ସରକାରଙ୍କ ବ୍ୟାରେଜ୍‌ ନିର୍ମାଣ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନର ଶୁଣାଣିକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଛି। ମହାନଦୀରେ ବ୍ୟାରେଜ୍‌ ନିର୍ମାଣ ଯୋଗୁ ଓଡ଼ିଶାକୁ ଜଳପ୍ରବାହ ବାଧାପ୍ରାପ୍ତ ହୋଇଛି। ତେଣୁ ନଦୀରେ ନିର୍ଦ୍ଦିଷ୍ଟ ପରିମାଣର ଜଳପ୍ରବାହ ଜାରି ରଖିବା ନିମନ୍ତେ ଛତିଶଗଡ଼କୁ ନିର୍ଦ୍ଦେଶ ଦେବା ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ। ଏପ୍ରିଲ ୩୦ରେ ଏହାର ଶୁଣାଣି ଲାଗି ପୂର୍ବରୁ ତାଲିକାଭୁକ୍ତ ହୋଇଥିବାବେଳେ ଏହାକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଥିବା ଟ୍ରିବ୍ୟୁନାଲ୍‌ ରେଜିଷ୍ଟ୍ରାରଙ୍କ ପକ୍ଷରୁ କୁହାଯାଇଛି। ମହାନଦୀ ସମ୍ପର୍କିତ ଅଧ୍ୟୟନ ସତ୍ୟପାଠ ସହ ଦାଖଲ କରିବା ଲାଗି ମାର୍ଚ୍ଚ ୧୨ରେ ଟ୍ରିବ୍ୟୁନାଲ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାମଲାର ଶୁଣାଣି ବେଳେ ଓଡ଼ିଶା ୯ ଜଣ ଓ ଛତିଶଗଡ଼ ୮ ଜଣ ସାକ୍ଷୀଙ୍କ ଅଧ୍ୟୟନ ଯାଞ୍ଚ କରିବାକୁ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri