ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ସରଣ୍ଡା,୨୧ା୫(ଡି.ଏନ୍‌.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ ପହଞ୍ଚିଛନ୍ତି। ଏହି ଟିମ୍‌ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍‌ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏ.ଏମ୍‌ ଖାନାଲିକରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ରେ ପାଟନା ହାଇକୋର୍ଟ ବିଚାରପତି ଜଷ୍ଟିସ ରବି ରଞ୍ଜନ, ଦିଲ୍ଲୀ ହାଇକୋର୍ଟ ବିଚାରପତି ଇନ୍ଦ୍ରମିତ କେର କୋଚରଙ୍କ ପ୍ରମୁଖ ଅଛନ୍ତି। ଏହା ସହିତ ଛତିଶଗଡ଼ ଓ ଓଡ଼ିଶାର ଜଳସମ୍ପଦ ଅଧିକାରୀ, ଆଇନଜୀବୀ ଓ ବୈଷୟିକ ଟିମ୍‌ର ସଦସ୍ୟ ରହିଛନ୍ତି। ଟ୍ରିବ୍ୟୁନାଲଙ୍କ ବିଚାର ପ୍ରକ୍ରିୟାରେ ଏହି ଗସ୍ତ ଓ ତଥ୍ୟ ଗୁରୁତ୍ୱପୂର୍ଣ୍ଣ ହେବ। ପ୍ରଥମ ଦିନରେ ହୀରାକୁଦ ଡ୍ୟାମ, ବୁର୍ଲା ପାଓ୍ବାର ହାଉସ ବୁଲି ସ୍ଥିତି ଅନୁଧ୍ୟାନ କରି ରବିବାର ଚିପିଲିମା ଅନୁଧ୍ୟାନ ପରେ ଅତାବିରା ପହଞ୍ଚିଥିଲା ଏହି ଟିମ୍‌ । ୨୩ ପର୍ଯ୍ୟନ୍ତ ସର୍ଭେ ଚାଲିବ। ଏହି ଟିମ୍‌ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଦ୍ଦିଷ୍ଟ ଟ୍ରିବ୍ୟୁନାଲ ଟିମ୍‌ ଆଜି ବରଗଡ଼ ଜିଲା ଅତାବିରା ବ୍ଲକର ଟାଙ୍ଗରପାଲି କେନାଲ ଓ ହୀରାକୁଦ ଡ୍ୟାମ ତଳି ଅଞ୍ଚଳ ବୁଲି ଅନୁଧ୍ୟାନ କରିଛନ୍ତି। କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ, ବରଗଡ଼ ଉପଜିଳାପାଳ ଲଲାଟ କୁମାର ଲୁହାଙ୍କ ସମେତ କେନାଲ ବିଭାଗ ଅଧିକାରୀ ତଥା ଜିଲାସ୍ତରୀୟ ପ୍ରଶାସନନିକ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri