ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ସରଣ୍ଡା,୨୧ା୫(ଡି.ଏନ୍‌.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ ପହଞ୍ଚିଛନ୍ତି। ଏହି ଟିମ୍‌ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍‌ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏ.ଏମ୍‌ ଖାନାଲିକରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍‌ରେ ପାଟନା ହାଇକୋର୍ଟ ବିଚାରପତି ଜଷ୍ଟିସ ରବି ରଞ୍ଜନ, ଦିଲ୍ଲୀ ହାଇକୋର୍ଟ ବିଚାରପତି ଇନ୍ଦ୍ରମିତ କେର କୋଚରଙ୍କ ପ୍ରମୁଖ ଅଛନ୍ତି। ଏହା ସହିତ ଛତିଶଗଡ଼ ଓ ଓଡ଼ିଶାର ଜଳସମ୍ପଦ ଅଧିକାରୀ, ଆଇନଜୀବୀ ଓ ବୈଷୟିକ ଟିମ୍‌ର ସଦସ୍ୟ ରହିଛନ୍ତି। ଟ୍ରିବ୍ୟୁନାଲଙ୍କ ବିଚାର ପ୍ରକ୍ରିୟାରେ ଏହି ଗସ୍ତ ଓ ତଥ୍ୟ ଗୁରୁତ୍ୱପୂର୍ଣ୍ଣ ହେବ। ପ୍ରଥମ ଦିନରେ ହୀରାକୁଦ ଡ୍ୟାମ, ବୁର୍ଲା ପାଓ୍ବାର ହାଉସ ବୁଲି ସ୍ଥିତି ଅନୁଧ୍ୟାନ କରି ରବିବାର ଚିପିଲିମା ଅନୁଧ୍ୟାନ ପରେ ଅତାବିରା ପହଞ୍ଚିଥିଲା ଏହି ଟିମ୍‌ । ୨୩ ପର୍ଯ୍ୟନ୍ତ ସର୍ଭେ ଚାଲିବ। ଏହି ଟିମ୍‌ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଦ୍ଦିଷ୍ଟ ଟ୍ରିବ୍ୟୁନାଲ ଟିମ୍‌ ଆଜି ବରଗଡ଼ ଜିଲା ଅତାବିରା ବ୍ଲକର ଟାଙ୍ଗରପାଲି କେନାଲ ଓ ହୀରାକୁଦ ଡ୍ୟାମ ତଳି ଅଞ୍ଚଳ ବୁଲି ଅନୁଧ୍ୟାନ କରିଛନ୍ତି। କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ, ବରଗଡ଼ ଉପଜିଳାପାଳ ଲଲାଟ କୁମାର ଲୁହାଙ୍କ ସମେତ କେନାଲ ବିଭାଗ ଅଧିକାରୀ ତଥା ଜିଲାସ୍ତରୀୟ ପ୍ରଶାସନନିକ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri