Posted inଜାତୀୟ

ମୋଦିଙ୍କ ସଭାରେ ରାଜ୍ୟପାଳଙ୍କୁ ସମାଲୋଚନା କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ

ପୁଣେ,୭।୩: ମହାରାଷ୍ଟ୍ରର ପୁଣେଠାରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ସଭାରେ ଉପସ୍ଥିତ ଥିବା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ସମାଲୋଚନା କରିଛନ୍ତି। ଉଚ୍ଚ ପଦ ପଦବୀରେ ଥିବା କେତେଜଣ ଲୋକ ଅନାବଶ୍ୟକ ମନ୍ତବ୍ୟ ଦେଉଛନ୍ତି, ଯାହା ରାଜ୍ୟବାସୀଙ୍କ ପାଇଁ ଗ୍ରହଣୀୟ ନୁହେଁ ବୋଲି ଅଜିତ ରାଜ୍ୟପାଳଙ୍କୁ ଇଙ୍ଗିତ କରି କହିଥିଲେ। ପ୍ରଧାନମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବାକୁ ଯାଇଥିବାବେଳେ ପୁଣେର ଏମ୍‌ଆଇଟି କଲେଜ ପଡ଼ିଆରେ ଏକ ସଭାରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ସମର୍ଥ ରାମଦାସ ଛତ୍ରପତି ଶିବାଜୀଙ୍କ ଗୁରୁ ଥିଲେ ବୋଲି ରାଜ୍ୟପାଳ କୋଶିୟାରୀ ନିକଟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ମହାବିକାଶ ଅଘାଡ଼ି ସରକାରର କେତେକ ନେତା ଏବଂ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ଅଜିତ ପାଓ୍ବାର କହିଛନ୍ତି, ଛତ୍ରପତି ଶିବାଜୀ ମହାରାଜ ଓ ତାଙ୍କ ମାଆ ରାଜମାତା ଜିଜାଉ ସ୍ବରାଜ୍ୟ ଗଠନ କରିଥିଲେ। ମହାତ୍ମା ଜ୍ୟୋତିବା ଫୁଲେ ଏବଂ କ୍ରାନ୍ତିଜ୍ୟୋତି ସାବିତ୍ରୀବାଈ ଫୁଲେ ନାରୀ ଶିକ୍ଷାର ମୂଳଦୁଆ ପକାଇଥିଲେ। କାହା ପ୍ରତି ଆକ୍ରୋଶ ନ ରଖି ଓ ବିକାଶମୂଳକ କାର୍ଯ୍ୟରେ ରାଜନୀତି ନ ଆଣି ଆମେ ସେମାନଙ୍କ ଲିଗାସିକୁ ଆଗେଇନେବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?