Posted inଜାତୀୟ

ମହରମ ଶୋଭାଯାତ୍ରାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୨୮।୮(ପି.ଟି.):ଦେଶବ୍ୟାପୀ ମହରମ ଶୋଭାଯାତ୍ରା ବାହାର କରିବା ଲାଗି ଅନୁମତି ଦେବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଏଥିପାଇଁ ଆବେଦନ କରିଥିବା ଲକ୍ଷ୍ନୌର ଶିୟା ନେତା ସୟେଦ କାଲ୍‌ବେ ଜାଓ୍ବାଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ସାରା ଦେଶ ପାଇଁ ଏକ ସାଧାରଣ ନିର୍ଦ୍ଦେଶନାମା କିପରି ଦିଆଯିବ ବୋଲି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟନଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ମହରମ ଶୋଭାଯାତ୍ରା ପାଇଁ ସାଧାରଣ ନିର୍ଦ୍ଦେଶନାମା ଜାରି ହେଲେ ଅରାଜକତା ଦେଖାଦେବ। କରୋନା ସଂକ୍ରମଣ ବୃଦ୍ଧି ପାଇଁ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟକୁ ଟାର୍ଗେଟ କରାଯିବ ବୋଲି ଖଣ୍ଡପୀଠ କହିଛନ୍ତି। ସେପରି ହେବାକୁ ଆମେ ଚାହୁଁନାହୁଁ। ଏକ ଅଦାଲତ ଭାବେ ଆମେ ସମସ୍ତ ଜନସାଧାରଣଙ୍କ ସ୍ବାସ୍ଥ୍ୟ ପ୍ରତି ବିପଦ ଆଣିପାରିବୁ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ପିଟିଶନର ଶୁଣାଣି ହୋଇଥିଲା। ଓଡ଼ିଶାରେ ରଥଯାତ୍ରା ପାଇଁ ସର୍ବୋଚ୍ଚ ଅଦାଲତ ଜୁନ୍‌ରେ ଅନୁମତି ଦେଇଥିବାରୁ ମହରମ ଶୋଭାଯାତ୍ରା ଲାଗି ଅନୁରୂପ ଅନୁମତି ମିଳିବା ଆବଶ୍ୟକ ବୋଲି ଆବେଦନକାରୀ ଜାଓ୍ବାଦ ଯୁକ୍ତି ବାଢ଼ିଥିଲେ। ଏହାର ଜବାବରେ ପ୍ରଧାନ ବିଚାରପତି କହିଥିଲେ, ପୁରୀ ଜଗନ୍ନାଥ ରଥଯାତ୍ରା ଗୋଟିଏ ସ୍ଥାନରେ ଓ ଗୋଟିଏ ରାସ୍ତାରେ ହେବାର ଥିଲା। ସେଥିପାଇଁ କୋଭିଡ୍‌ କଟକଣା ସହ ରଥଯାତ୍ରା କରିବା ଲାଗି ଅନୁମତି ଅଦାଲତ ଅନୁମତି ଦେଇଥିଲେ। ଏଠାରେ ତୁମେ ସାରା ଦେଶ ପାଇଁ ଅନୁମତି ଚାହୁଁଛ। ସମସ୍ତଙ୍କ ସ୍ବାସ୍ଥ୍ୟର ଦାୟିତ୍ୱ ଆମେ ନେଇପାରିବୁ ନାହିଁ ବୋଲି ଖଣ୍ଡପୀଠ କହିବା ସହ ପିଟିଶନ ଫେରାଇନେବାକୁ ଅନୁମତି ଦେଇଥିଲେ। କେବଳ ଲକ୍ଷ୍ନୌରେ ମହରମ ଶୋଭାଯାତ୍ରା ପାଇଁ ପିଟିଶନର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?