ବ୍ରହ୍ମପୁର ଅଫିସ,୧୮।୯: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟ ବିଚାରପତି ଗଣେଶ୍ୱର ପତି ଏକ କୁମାରୀ ମାତୃତ୍ୱ ଘଟଣାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ୩ ଭାଇ। ମୁଖ୍ୟ ଅଭିଯୁକ୍ତ ହେଲେ ବୁଢୁ ଯାନୀ। ତାଙ୍କ ଭାଇ ବାବୁଲା ଯାନୀ ଓ ହରି ଯାନୀ ମଧ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି। ବୁଡୁ ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁୃତି ଦେଇ ବଳାତ୍କାର କରିଥିଲେ। ପରେ ନାନା ଧମକ ଦେଇ ଲଗାତାର ବଳାତ୍କାର କରି ଆସୁଥିଲେ। ନାବାଳିକା ଗର୍ଭବତୀ ହୋଇଥିବା ଜଣାପଡିବାରୁ ପରିବାର ଜାତି କୂଳରେ ଜଣାଇଥିଲେ। ପରେ ଏହାକୁ ନେଇ ଉଭୟ ପକ୍ଷଙ୍କ ଉପସ୍ଥିତିରେ ହୋଇଥିବା ଗାଁ ବୈଠକରେ ବୁଡୁ ନିଜ ଦୋଷ ସ୍ବୀକାର କରିଥିଲେ। ଏ ନେଇ ଥାନାରେ ଅଭିଯୋଗ ନ କରିବାକୁ ବୁଡୁ ଓ ତାଙ୍କର ଦୁଇ ଭାଇ ବାବୁଲା ଓ ହରି ପୀଡ଼ିତାଙ୍କୁ ଧମକ ଦେଇଥିଲେ। ପରେ ପୀଡ଼ିତା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ବୁଡୁ ସମ୍ପୃକ୍ତ ନାବାଳିକାଙ୍କୁ ବିବାହ କରିବେ ନାହିଁ ବୋଲି କହିବାରୁ ପୀଡ଼ିତା ଏ ନେଇ ଜରଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨/୧୬ ରେ ଏକ ମାମଲା ରୁଜୁ କରି ବୁଡୁ ଓ ତାଙ୍କ ୨ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଥାନାଧିକାରୀ ସୁଜିତ ନାୟକ କୋର୍ଟରେ ଉକ୍ତ ମାମଲାର ଚାର୍ଜଶିଟ ଦାଖଲ କରିଥିଲେ। ପରେ ଅଭିଯୁକ୍ତମାନଙ୍କୁ ଜାମିନ ମିଳିଥିଲା। ମାମଲାର ବିଚାର ବେଳେ ଅ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୧୭ଜଣ ସାକ୍ଷୀ ଓ ପୋଲିସ କୋର୍ଟରେ ଦାଖଲ କରିଥିବା ଚାର୍ଜଶିଟକୁ ଆଧାର କରି ପ୍ରମାଣ ମିଳି ନ ଥିବାରୁ ବିଚାରପତି ଅଭିଯୁକ୍ତମାନଙ୍କୁ ନିର୍ଦ୍ଦୋଷ ବୋଲି ରାୟ ପ୍ରକାଶ କରିଛନ୍ତି। ମୁଦୁଲାଙ୍କ ପକ୍ଷରୁ ସୁନୀଲ କୁମାର ସ୍ବାଇଁ ମକଦ୍ଦମା ପରିଚାଳନା କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
Archives

