ଝିକିଝିକି ଗଣହତ୍ୟା ମାମଲା: ଆଖିବୁଜିଲେ ବିଚାରାଧୀନ ମୁଖ୍ୟ ଅଭିଯୁକ୍ତ, ୪ ଜଣଙ୍କୁ ମାରି ଜେଲ୍‌ ଯାଇଥିଲେ

ବରଗଡ଼ ଅଫିସ,୭ା୬: ବରଗଡ଼ ଜିଲା ଭଟଲି ଥାନା ନାରଙ୍ଗପୁର ପଞ୍ଚାୟତ ଝିକିଝିକି ଗ୍ରାମରେ ଗତ ମେ’ ୨୩ରେ ସଂଘଟିତ ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ବାଗ୍‌(୫୮)ଙ୍କ ବୁଧବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ବରଗଡ଼ ସବ୍‌ଜେଲରେ ବିଚାରାଧୀନ କଏଦୀ ଭାବେ ସେ ଥିବାବେଳେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଜେଲ୍‌ କର୍ମଚାରୀମାନେ ତାଙ୍କୁ ସ୍ଥାନୀୟ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି। ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ତାଙ୍କ ମୃତଦେହ ରଖାଯାଇଛି। ଗୁରୁବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିିଛି।

ତେବେ ଏ ସମ୍ପର୍କରେ ସବ୍‌ଜେଲ ସୁପରିଟେଣ୍ଡେଣ୍ଟ ପୁନିରାମ ବାଗ୍‌ଙ୍କୁ ପଚାରିବାରୁ ସେ କହିଛନ୍ତି, ଗତ ମେ’୨୪ରୁ ମୃତ ଶିବ ସବ୍‌ଜେଲରେ ରହି ଆସୁଥିଲେ। ସବଜେଲର ଓ୍ବାର୍ଡ଼ ନଂ-୬ରେ ସେ ରହୁଥିଲେ। ବୁଧବାର ସକାଳେ ତାଙ୍କର ପରିସ୍ରା ହେଉ ନ ଥିବା କହିଥିଲେ। ଫଳରେ ଜେଲ୍‌ କର୍ମଚାରୀମାନେ ତାଙ୍କୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା ଏବଂ ସେଠାରେ ଡାକ୍ତର ଶିବଙ୍କୁ ମୃତ ଘୋଷଣା କରିଥିଲେ ବୋଲି  ସୁପରିଟେଣ୍ଡେଣ୍ଟ କହିଛନ୍ତି।

ପ୍ରକାଶ ଯେ, ଗତ ମେ’ ୨୨ରେ ଜମିଜମା ବିବାଦ ତଥା ପୂର୍ବଶତ୍ରୁତାରୁ ଅଭିଯୁକ୍ତ ଶିବ ତାଙ୍କ ସ୍ତ୍ରୀ ପାର୍ବତୀ(୫୦), ପୁଅ ନକୁଳ(୨୭)ଙ୍କ ସହିତ ମିଶି ଗ୍ରାମର ଗୁରୁଦେବ, ସ୍ତ୍ରୀ ଶିବାଗ୍ରୀ(୪୦), ପୁଅ ଚୂଡ଼ାମଣିି(୧୫) ଏବଂ ଝିଅ ଶ୍ରାବଣୀ(୧୦)ଙ୍କୁ ନିର୍ମମ ହତ୍ୟା କରିଥିଲେ। ଘଟଣାର ପରଦିନ ପୋଲିସ ମୃତଦେହ ଜବତ ସହିତ ଭଟଲି ଥାନାରେ ୧୧୮/୨୩ରେ ଏକ ମାମଲା ରୁଜୁ କରିଥିଲା। ଏହି ମାମଲାରେ ପୋଲିସ ଅଭିଯୁକ୍ତ ଶିବ, ସ୍ତ୍ରୀ ପାର୍ବତୀ ଏବଂ ପୁଅ ନକୁଳଙ୍କୁ ଗିରଫ କରିଥିଲା ଏବଂ ୨୪ରେ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବରଗଡ଼ ସବଜେଲ୍‌ ହାଜତକୁ ପଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri