ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ ଦିନ ହେବ ଫେରାର ଥିଲେ। କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବନ୍ଦାଳୋ ନିକଟରେ ନିର୍ମାଣାଧୀନ ଟୋଲପ୍ଲାଜା ପାଖରୁ ତାଙ୍କ ମୃତଦେହ ପୋଲିସ ଜବତ କରିଥିଲା। ପରେ ତାହାକୁ ବ୍ୟବଚ୍ଛେଦ ପାଇଁ କଟକ ଏସ୍‌ସିବି ମେଡିକାଲକୁ ପଠାଇଥିଲା। ହେଲେ ମୁଣ୍ଡ ଉପରେ ଟ୍ରକ ମାଡ଼ିଯାଇଥିବା ଆଶଙ୍କା କରାଯାଉଥିବାବେଳେ ମୃତଦେହ କାହାର ଚିହ୍ନଟ କରିବା କଷ୍ଟକର ହୋଇପଡ଼ିଥିଲା। ଘଟଣାସ୍ଥଳଠାରୁ ପ୍ରାୟ ୫୦ ଫୁଟ ଦୂରରୁ ଏକ ବାଇକ୍‌ ହିରୋ ଗ୍ଲାମର୍‌ (ନଂ.ଓଡି୦୫ଏଜି-୫୪୭୧), ସିମ୍‌କାର୍ଡ ନ ଥିବା ମୋବାଇଲ ଫୋନ ଓ ବ୍ୟାଗକୁ ପୋଲିସ ଜବତ କରିଥିଲା। ଜବତ ମୋବାଇଲରୁ ନମ୍ବର କାଢ଼ି ପୋଲିସ ଫୋନ୍‌ କରିବାରୁ ପ୍ରଫୁଲ୍ଲଙ୍କ ସ୍ତ୍ରୀ ଉଠାଇଥିଲେ। ମୃତଦେହ ଚିହ୍ନଟ ପାଇଁ ଏସ୍‌ସିବି ମେଡିକାଲ ଆସିବାକୁ କହିଥିଲେ। ଶନିବାର ପୂର୍ବାହ୍ନରେ ପ୍ରଫୁଲ୍ଲଙ୍କ ପରିବାର ସଦସ୍ୟ ଏସ୍‌ସିବି ମେଡିକାଲରେ ପହଞ୍ଚିବା ପରେ ପୋଲିସ ଉପସ୍ଥିତିରେ ମୃତଦେହ ଚିହ୍ନଟ କରିଥିଲେ। ତେବେ ଦୁର୍ଘଟଣାରେ ପ୍ରଫୁଲ୍ଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସମ୍ପର୍କୀୟ ଅରୂପାନନ୍ଦ ଜେନା(୩୩) ଟାଙ୍ଗୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଦୁର୍ଘଟଣା ମାମଲା(ନଂ.୧୬/୨୧) ରୁଜୁ କରିଛି। ଅଜଣା ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ତଦନ୍ତକାରୀ ଅଧିକାରୀ ଶତ୍ରୁଘ୍ନ ଦଳେଇ କହିଛନ୍ତି। ଅନ୍ୟପକ୍ଷରେ ପ୍ରଫୁଲ୍ଲଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ମା’ ଡଲି ବିଶ୍ୱାଳ ଆମ ନିଶ୍ଚିନ୍ତକୋଇଲି ପ୍ରତିନିଧିଙ୍କୁ କହିଛନ୍ତି। ସେହିପରି ପୋଲିସର ଚାପ ରହୁଥିବାରୁ ସେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଅପରପକ୍ଷରେ କଟକ ଜିଲା ଭାଜପା ସଭାପତି ପ୍ରକାଶ ବେହେରା କହିଛନ୍ତି ଯେ, ଫେରାର ଅଭିଯୁକ୍ତ ପ୍ରଫୁଲ୍ଲଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ରାଇସୁଗୁଡ଼ାଠାରେ ଏକ ଖବରଦାତା ସମ୍ମିଳନୀ କରି ବେହେରା କହିଥିଲେ ଯେ, ପ୍ରଫୁଲ୍ଲଙ୍କ ମୃତ୍ୟୁ ଆଇନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ପରିବାରର ଏକ ଟ୍ରାନ୍ସପୋର୍ଟ ସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ଘଟିଛି। ଭାଜପା ନେତା କୁଳମଣି ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ବିଧାୟକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପ୍ରଫୁଲ୍ଲ ଧରାପଡ଼ିଲେ କାଳେ କିଛି ରହସ୍ୟ ଜଣାପଡ଼ିଯିବ, ତେଣୁ ସେହି ଭୟରେ ତାଙ୍କୁ ଗାଡ଼ି ମଡ଼ାଇ ହତ୍ୟା କରାଯାଇଛି ବୋଲି ବେହେରା କହିଛନ୍ତି।

ସୂଚନାଯୋଗ୍ୟ, ଗତ ଜାନୁୟାରୀ ୨ରେ ମାହାଙ୍ଗା ବ୍ଲକ ଅନ୍ତର୍ଗତ ନୃତାଙ୍ଗ ପଞ୍ଚାୟତର ଯଁକୋଟି ଗ୍ରାମ ରାସ୍ତାରେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ସଙ୍ଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ଏହାର ୨ ବର୍ଷ ପୂର୍ବରୁ ଉକ୍ତ ଗ୍ରାମରେ ଅନୁରୂପ ଢଙ୍ଗରେ ବିକାଶ ଜେନାଙ୍କୁ ହତ୍ୟା କରାଯାଇଥିଲା। ବିକାଶ ଜେନା ହତ୍ୟାକାଣ୍ଡରେ ପ୍ରଫୁଲ୍ଲଙ୍କ ବାପା ନିରଞ୍ଜନ ବିଶ୍ୱାଳ ଗିରଫ ହୋଇ ଜେଲରେ ଥିଲାବେଳେ ପ୍ରଫୁଲ୍ଲଙ୍କ ଭାଇ ପ୍ରମୋଦ ମାହାଙ୍ଗା ଡବଲ ମର୍ଡର ମାମଲାରେ ଆତ୍ମସମର୍ପଣ କରିଛନ୍ତି। କୁଳମଣି ଓ ଦିବ୍ୟସିଂହଙ୍କ ହତ୍ୟା ଘଟଣାରେ ପୋଲିସ ପୂର୍ବରୁ ୯ ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଆତ୍ମସମର୍ପଣ କରିଥିଲେ। ମାହାଙ୍ଗା ବିଧାୟକ ଜେନା ମଧ୍ୟ ଏହି ଘଟଣାର ଅନ୍ୟତମ ଅଭିଯୁକ୍ତ। ପ୍ରଫୁଲ୍ଲଙ୍କ ପତ୍ତା ମିଳୁ ନ ଥିଲା। ମନ୍ତ୍ରୀଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଭାଜପା ଆନ୍ଦୋଳନ ଜୋରଦାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri