ଷ୍କ୍ରାପ ବେପାରରେ ମୁଖ୍ୟ ଅଭିଯୁକ୍ତ ଗିରଫ, ବେପାରୀଙ୍କୁ ଛାଡିଦେଲା ପୋଲିସ

କେନ୍ଦୁଝର,୨୮।୪(ସ୍ବ.ପ୍ର.): କେନ୍ଦୁଝରରେ ଛତୁ ଫୁଟିଲା ଭଳି ଷ୍କ୍ରାପ ବ୍ୟବସାୟ ଚାଲିଥିବା ବେଳେ ଷ୍କ୍ରାପ ବେପାର ନାମରେ କିପରି ଚାଲିଛି ଚୋରା କାରବାର ତାହାର ଏକ ନମୁନା ଆଜି କେନ୍ଦୁଝରରେ ଦେଖିବାକୁ ମିଳିଛି। ଏକ ରୋଡ ରୋଲରକୁ ଜଣେ ଷ୍କ୍ରାପ ବେପାରୀ ଖଣ୍ଡ ଖଣ୍ଡ କରି କାଟି ବିକ୍ରି କରିବାକୁ ଉଦ୍ୟମ ବେଳେ ଟାଉନ ଥାନା ଉକ୍ତ ବେପାରୀଙ୍କ ସହିତ ଅନ୍ୟ ଜଣଙ୍କୁୁ ଅଟକ ରଖି ତଦନ୍ତ କରିଥିଲା।

ଏ ନେଇ ଟାଉନ ଥାନା ପୋଲିସ ଏକ ମାମଲା (ନମ୍ବର ୧୭୨/୨୦୨୩) ଦଫା ୪୨୦ରେ ମୁଖ୍ୟ ଅଭିଯୁକ୍ତ ମୁକେଶ କୁମାର ଝାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଅନ୍ୟ ପକ୍ଷରେ ପଚରା ଉଚୁରା ପରେ ସ୍କ୍ରାପ ବେପାରୀଙ୍କୁ ପୋଲିସ ଛାଡ଼ି ଦେଇଥିବା ସୂଚନା ମିଳିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଅତୁଲ କୁମାର ବେହେରାଙ୍କ ଏତଲା କ୍ରମେ ଏହି ମାମଲା ରୁଜୁ ହୋଇଥିବା ପୋଲିସ ସୂଚନା ଦେଇଛି। ସ୍ଥାନୀୟ ବଡହଳ ନିକଟ ଏକ ଷ୍କ୍ରାପ ଗୋଦାମରୁ ଏକ ରୋଲର ମିଳିବା ପରେ ଘଟଣା ପଦାକୁ ଆସିଥିଲା। ଉକ୍ତ ରୋଲରଟି ରାଇରଙ୍ଗପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଜଣାପଡିଛି। ଏହି ଘଟଣା ପରେ ଏଠାରେ ଚାଲିଥିବା ରୋଲର ଷ୍କ୍ରାପ କାରବାରର ଗୁମୁର ଧୀରେ ଧୀରେ ଫିଟିବାରେ ଲାଗିଛି। ଫଳରେ ସହରରେ ଚାଲିଥିବା ଷ୍କ୍ରାପ ବେପାରୀମାନଙ୍କ କାମ କାର୍ଯ୍ୟ ଉପରେ ସନ୍ଦେହ ସୃଷ୍ଟି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?