୧୪ ମାସ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ଅନୁଗୋଳ ଅଫିସ,୧୬ା୧୨: ଅନୁଗୋଳ ସଦର ଥାନା ଡେରଜାଙ୍ଗ ପ୍ରୋଜେକ୍ଟଠାରେ ୨୦୨୧ ସେପ୍ଟେମ୍ବରରେ ଡକାୟତ ଜଗନ ସେନାପତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୧୪ ମାସ ପରେ ମୁଖ୍ୟ ଅଭିଯୁକ୍ତ ବିନୟ କୁମାର ଦାସଙ୍କୁ ପୋଲିସ ଗିରଫ କରିଛି। ହେମସୁରପଡ଼ାରେ ବିନୟ ଆତ୍ମଗୋପନ କରିଥିବା ଖବରପାଇ ପୋଲିସ ତାଙ୍କୁ ଧରିବା ସହ କୋର୍ଟ ଚାଲାଣ କରିଛି। ଏହାକୁ ମିଶାଇ ହତ୍ୟା ଘଟଣାରେ ଗିରଫଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଥିବା ଥାନା ଅଧିକାରୀ ସତ୍ୟବ୍ରତ ରାଉତ ସୂଚନା ଦେଇଛନ୍ତି। ରାଉତ କହିଛନ୍ତି, ୨୦୨୧ ସେପ୍ଟେମ୍ବର ୧୮ରେ ଜଗନ ସେନାପତିଙ୍କ ମୃତଦେହ ଡେରଜାଙ୍ଗ ପ୍ରୋଜେକ୍ଟ ଉପରେ ଠାବ କରାଯାଇଥିଲା। ଜଗନଙ୍କ ପରିବାର ଲୋକେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ନଂ. ୫୬୮/୨୧ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଜଗନ ଉକ୍ତ ଦିନ ରାତିରେ ଡେରଜାଙ୍ଗ ପ୍ରୋଜେକ୍ଟ ନିକଟ ଗାଁରେ ପଶି ମହିଳାଙ୍କୁ ଗାଳିଗୁଲଜ ସହ ଅସଦାଚରଣ କରିଥିଲା। ଉକ୍ତ ଗ୍ରାମରୁ ବିଭିନ୍ନ ସମୟରେ ସେ ଚୋରି କରୁଥିଲା। ଜଗନର କାର୍ଯ୍ୟକୁ ନେଇ ଉତ୍ତ୍ୟକ୍ତ ଥିବା ଗ୍ରାମର କେତେଜଣ ଲୋକ ଠେଙ୍ଗାରେ ପିଟି ପିଟି ଜଗନଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଥିଲା। ପୋଲିସ ଗ୍ରାମର ୮ ଜଣଙ୍କୁ ପୂର୍ବରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri