୧୪ ମାସ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ଅନୁଗୋଳ ଅଫିସ,୧୬ା୧୨: ଅନୁଗୋଳ ସଦର ଥାନା ଡେରଜାଙ୍ଗ ପ୍ରୋଜେକ୍ଟଠାରେ ୨୦୨୧ ସେପ୍ଟେମ୍ବରରେ ଡକାୟତ ଜଗନ ସେନାପତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୧୪ ମାସ ପରେ ମୁଖ୍ୟ ଅଭିଯୁକ୍ତ ବିନୟ କୁମାର ଦାସଙ୍କୁ ପୋଲିସ ଗିରଫ କରିଛି। ହେମସୁରପଡ଼ାରେ ବିନୟ ଆତ୍ମଗୋପନ କରିଥିବା ଖବରପାଇ ପୋଲିସ ତାଙ୍କୁ ଧରିବା ସହ କୋର୍ଟ ଚାଲାଣ କରିଛି। ଏହାକୁ ମିଶାଇ ହତ୍ୟା ଘଟଣାରେ ଗିରଫଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଥିବା ଥାନା ଅଧିକାରୀ ସତ୍ୟବ୍ରତ ରାଉତ ସୂଚନା ଦେଇଛନ୍ତି। ରାଉତ କହିଛନ୍ତି, ୨୦୨୧ ସେପ୍ଟେମ୍ବର ୧୮ରେ ଜଗନ ସେନାପତିଙ୍କ ମୃତଦେହ ଡେରଜାଙ୍ଗ ପ୍ରୋଜେକ୍ଟ ଉପରେ ଠାବ କରାଯାଇଥିଲା। ଜଗନଙ୍କ ପରିବାର ଲୋକେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ନଂ. ୫୬୮/୨୧ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଜଗନ ଉକ୍ତ ଦିନ ରାତିରେ ଡେରଜାଙ୍ଗ ପ୍ରୋଜେକ୍ଟ ନିକଟ ଗାଁରେ ପଶି ମହିଳାଙ୍କୁ ଗାଳିଗୁଲଜ ସହ ଅସଦାଚରଣ କରିଥିଲା। ଉକ୍ତ ଗ୍ରାମରୁ ବିଭିନ୍ନ ସମୟରେ ସେ ଚୋରି କରୁଥିଲା। ଜଗନର କାର୍ଯ୍ୟକୁ ନେଇ ଉତ୍ତ୍ୟକ୍ତ ଥିବା ଗ୍ରାମର କେତେଜଣ ଲୋକ ଠେଙ୍ଗାରେ ପିଟି ପିଟି ଜଗନଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଥିଲା। ପୋଲିସ ଗ୍ରାମର ୮ ଜଣଙ୍କୁ ପୂର୍ବରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri