ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆର.ଉଦୟଗିରି ଏସଡିପିଓ ଦିଲୀପ କୁମାର ନାୟକ ସୂଚନା ଦେଇଛନ୍ତି।
କୋଭିଡ୍‌ ନିୟମ ଉଲ୍ଲଂଘନ କରି ଖ୍ରୀଷ୍ଟିଆନ ସାହିରେ ଏକ ବାହାଘର ଶୋଭାଯାତ୍ରା ଚାଲିଥିବା ଖବରପାଇ ଆର୍‌. ଉଦୟଗିରି ତହସିଲଦାର ସ୍ମୃତି ରଞ୍ଜନ ଶତପଥୀ ପୋଲିସ ସହ ଯାଇଥିଲେ। ସେମାନେ ବର ପରିବାରର ଲୋକଙ୍କୁ କୋଭିଡ୍‌ ନିୟମ ଉଲ୍ଲଂଘନ ସମ୍ପର୍କରେ ପଚାରିବାରୁ ଉଭୟ ପକ୍ଷରୁ କଥା କଟାକଟି ହୋଇଥିଲା। ସେହି ସମୟରେ ବିଦ୍ୟୁତ କଟିଯାଇଥିବା ବେଳେ ତହସିଲଦାର, ତାଙ୍କ ଡ୍ରାଇଭର ଓ ପୋଲିସ କର୍ମଚାରୀଙ୍କ ଉପରକୁ କେତେକ ଲୋକ ପଥର ମାଡ କରିଥିଲେ। ଏପରିକି ବିବାହ ଆୟୋଜନ କରୁଥିବା ପରିବାର ଲୋକେ ତହସିଲଦାରଙ୍କ ଗାଡିକୁ ଭଙ୍ଗାରୁଜା କରିଥିଲେ। ଆହତ ତହସିଲଦାର, ଡ୍ରାଇଭର ଓ ପୋଲିସ କର୍ମଚାରୀ ଆହତ ହୋଇ ଆର.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଥିଲେ। ସେବେଠୁ ଗିରଫ ଭୟରେ ଖ୍ରୀଷ୍ଟିଆନ ସାହି ପୁରୁଷଶୂନ୍ୟ ହୋଇଛି। ଘଟଣାଦିନ ରାତିରେ ଉପଜିଲାପାଳ ସଂଗ୍ରାମ ଶେଖର ପଣ୍ଡା ଖ୍ରଷ୍ଟିଆନ ସାହିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ଘଟଣାକୁ ଗଜପତି ଜିଲାପାଳ ଅନୁପମ ସାହା ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ପୋଲିସ ୯ ଜଣଙ୍କ ନାମରେ ମାମଲା (ନଂ.୫୮/୨୧) ରୁଜୁ କର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri