ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆର.ଉଦୟଗିରି ଏସଡିପିଓ ଦିଲୀପ କୁମାର ନାୟକ ସୂଚନା ଦେଇଛନ୍ତି।
କୋଭିଡ୍‌ ନିୟମ ଉଲ୍ଲଂଘନ କରି ଖ୍ରୀଷ୍ଟିଆନ ସାହିରେ ଏକ ବାହାଘର ଶୋଭାଯାତ୍ରା ଚାଲିଥିବା ଖବରପାଇ ଆର୍‌. ଉଦୟଗିରି ତହସିଲଦାର ସ୍ମୃତି ରଞ୍ଜନ ଶତପଥୀ ପୋଲିସ ସହ ଯାଇଥିଲେ। ସେମାନେ ବର ପରିବାରର ଲୋକଙ୍କୁ କୋଭିଡ୍‌ ନିୟମ ଉଲ୍ଲଂଘନ ସମ୍ପର୍କରେ ପଚାରିବାରୁ ଉଭୟ ପକ୍ଷରୁ କଥା କଟାକଟି ହୋଇଥିଲା। ସେହି ସମୟରେ ବିଦ୍ୟୁତ କଟିଯାଇଥିବା ବେଳେ ତହସିଲଦାର, ତାଙ୍କ ଡ୍ରାଇଭର ଓ ପୋଲିସ କର୍ମଚାରୀଙ୍କ ଉପରକୁ କେତେକ ଲୋକ ପଥର ମାଡ କରିଥିଲେ। ଏପରିକି ବିବାହ ଆୟୋଜନ କରୁଥିବା ପରିବାର ଲୋକେ ତହସିଲଦାରଙ୍କ ଗାଡିକୁ ଭଙ୍ଗାରୁଜା କରିଥିଲେ। ଆହତ ତହସିଲଦାର, ଡ୍ରାଇଭର ଓ ପୋଲିସ କର୍ମଚାରୀ ଆହତ ହୋଇ ଆର.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଥିଲେ। ସେବେଠୁ ଗିରଫ ଭୟରେ ଖ୍ରୀଷ୍ଟିଆନ ସାହି ପୁରୁଷଶୂନ୍ୟ ହୋଇଛି। ଘଟଣାଦିନ ରାତିରେ ଉପଜିଲାପାଳ ସଂଗ୍ରାମ ଶେଖର ପଣ୍ଡା ଖ୍ରଷ୍ଟିଆନ ସାହିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ଘଟଣାକୁ ଗଜପତି ଜିଲାପାଳ ଅନୁପମ ସାହା ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ପୋଲିସ ୯ ଜଣଙ୍କ ନାମରେ ମାମଲା (ନଂ.୫୮/୨୧) ରୁଜୁ କର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri