ଫେରାର ରାଜାଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ଏମ୍‌.ଡି. ରାଜା ଧରାପଡ଼ିଛନ୍ତି। ମଙ୍ଗଳବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ତାଙ୍କୁ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳସ୍ଥିତ ନିଜ ଘରୁ ଗିରଫ କରାଯାଇଛି। ପରେ ତାଙ୍କୁ ନୟାଗଡ଼ ଜିଲା ଓ ଦୌରାଜଜ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ତେବେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ୨୦ତାରିଖ ରାତିରେ ଭୁବନେଶ୍ୱର ପାହାଳ କ୍ରସିଂ ନିକଟରୁ ଏସ୍‌ଟିଏଫ୍‌ ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ଦାସ ଓରଫ ଶିବୁଙ୍କୁ ଗିରଫ କରିଥିଲା। ତେବେ ଏହି ମାମଲାରେ ଏକାଧିକ ବ୍ୟକ୍ତି ସାମିଲ ଥିବା ସୂଚନା ମିଳିଛି। ସେମାନଙ୍କୁ ଧରିବାକୁ ଏସ୍‌ଟିଏଫ୍‌ ଅନୁସନ୍ଧାନ ଜାରି ରଖିଛି।
ସୂଚନା ଅନୁଯାୟୀ, ଶିବୁ ମାଛ ବ୍ୟବସାୟ କରୁଥିବା କହି ଉଦୟପଥ ଲେନ୍‌ରେ ଘରଭଡ଼ା ନେଇ ପରିବାର ସହ ରହୁଥିଲେ। ସେଠାରେ ସେ କେତେଜଣ ଲୋକଙ୍କୁ ରଖି ବ୍ରାଉନସୁଗାର ବ୍ୟବସାୟ କରୁଥିଲେ। ଏନେଇ ଏସ୍‌ଟିଏଫ୍‌ ସୂଚନା ପାଇବା ପରେ ଜାନୁୟାରୀ ୨୫ ତାରିଖ ରାତିରେ ସେଠାରେ ଚଢ଼ାଉ କରି ଶିବୁଙ୍କ ସହଯୋଗୀ ଭିକି ରାଓଙ୍କୁ ଗିରଫ କରିଥିଲା। ହେଲେ ଚଢ଼ାଉ ପୂର୍ବରୁ ଶିବୁଙ୍କ ସମେତ ସହଯୋଗୀମାନେ ଫେରାର ହୋଇଯାଇଥିଲେ। ଏସ୍‌ଟିଏଫ୍‌ ଉକ୍ତ ଘରୁ ୩ କେଜି ୧୦୦ ଗ୍ରାମର ବ୍ରାଉନସୁଗାର, ନଗଦ ୬୫ ଲକ୍ଷ ୩୨ ହଜାର ଟଙ୍କା, ୩ଟି ପିସ୍ତଲ, ୪୩ ରାଉଣ୍ଡ ଗୁଳି, ୭ ମାଗାଜିନ୍‌, ଗୋଟିଏ ଟଙ୍କା ଗଣିବା ମେଶିନ, ୪ଟି ମୋବାଇଲ ଫୋନ୍‌, ଏଟିଏମ୍‌ କାର୍ଡ ଓ ଗୋଟିଏ ଟାବ୍‌ଲେଟ ଜବତ କରିଥିଲା। ଏ ନେଇ ଏସ୍‌ଟିଏଫ୍‌ ଏକ ମାମଲା (ନଂ.୧/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri