୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ ମେଳାକୁ ଉଦ୍ଘାଟନ କରିଥିଲେ। ପରେ ଜିଲାପାଳ ତଥା ପରବ କମିଟି ଅଧ୍ୟକ୍ଷ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପରବ ମୁଖ୍ୟ ସମାରୋହରେ ମନ୍ତ୍ରୀ କୃଷ୍ଣ ମହାପାତ୍ର ମଶାଲ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ସଂସ୍କୃତି ଏକ ଜାତିର ପରିଚୟ, ଆମ ସ୍ବାଭିମାନର ପ୍ରତୀକ, ତେଣୁ ଆମେ ଆମ ସଂସ୍କୃତି ପରମ୍ପରାକୁ ପରବ ମାଧ୍ୟମରେ ବଜାୟ ରଖିବା ବୋଲି ମୂଖ୍ୟ ଅଥିତି ବକ୍ତବ୍ୟ ରଖିଥିଲେ। ପରବ ମାଧ୍ୟମରେ କୋରାପୁଟ ମାଟିର ସଂସ୍କୃତି ଓ ଏତିହ୍ୟ ନିଜର ପରିଚୟ ଦେଇଥାଏ, ପରବରେ ଆମ ଆଦିବାସୀଙ୍କ ଦ୍ଵାରା ଉତ୍ପାଦିତ ସାମଗ୍ରୀ ବିଦେଶୀ ପର୍ଯ୍ୟଟକ ମାନଙ୍କ ଦ୍ଵାରା କିଣା ଯିବା ଦ୍ଵାରା ସେମାନଙ୍କ ଆର୍ଥିକ ଅଭିବୃଦ୍ଧି ହେଉଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ପରବ ଆଜି ଜାତୀୟ ଆଦିବାସୀ ମହୋତ୍ସବ ମାନ୍ୟତା ପାଇବା ଆମ ପାଇଁ ଗର୍ବର ବିଷୟ ବୋଲି କହିଥିଲେ। ଆଦିବାସୀ ସଂସ୍କୃତି ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ପରବ ପାଳନର ଯଥାର୍ଥତା ଉପରେ ମନ୍ତ୍ରୀ ପ୍ରତିପାଦନ କରିଥିଲେ । କୋରାପୁଟ ବିଧାୟକ ରଘୁରାମ ମାଛ ,ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା କୋଟପାଡ ବିଧାୟକ ରୂପ ଭତ୍ରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଳେକା,ଏସପି ରୋହିତ ବର୍ମା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପରବ ପାଳନର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କୋରାପୁଟ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ବନ୍ଦେ ମାତରମ ସଙ୍ଗୀତ ପରିବେଷଣ କରିଥିଲେ। ଜିଲ୍ଲାପାଳ ,ସ୍ୱାଗତ ଭାଷଣ ଦେଇଥିବାବେଲେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଅତିଥି ମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ଓ କଳାକାର ମାନଙ୍କୁ ସମ୍ମାନିତ କରିଥିଲେ। ପରବର ପ୍ରଥମ ରାତିରେ ଦୂରୂଆ ସମ୍ପ୍ରଦାୟର ଢେମାଶା , ଓଡ଼ିଶୀ, ମସ୍ତିପୁଟର କାଠି ନାଚ,ଢ଼େମଶା ନୃତ୍ୟ, ସାନ୍ତାଳୀ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କ ମନ ମୋହିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

ବଡ଼ ଖବର: ରାଜ୍ୟରେ ବଢିବ ବିଜୁଳି ଦର? ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଘରୋଇ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri