ଜିଲା ଚିକିତ୍ସାଳୟ ମୁଖ୍ୟ ଫାଟକ ବନ୍ଦ

ଅନୁଗୋଳ ଅଫିସ, ୧୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଫାଟକକୁ ଶନିବାର ବନ୍ଦ କରାଯାଇଛି। ଡ୍ରେନ୍‌ କାର୍ଯ୍ୟ ପାଇଁ କିଛିଦିନ ପର୍ଯ୍ୟନ୍ତ ଫାଟକ ବନ୍ଦ ରହିବ ବୋଲି ମେଡିକାଲ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ମେଡିକାଲକୁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ପଛପାର୍ଶ୍ୱ ଫାଟକ ଦେଇ ଯାତାୟାତ କରିବେ ବୋଲି ଜଣାପଡ଼ିଛି। ଏ ନେଇ ମେଡିକାଲ ପ୍ରଶାସନ ପକ୍ଷରୁ ମୁଖ୍ୟ ଫାଟକରେ ଏକ ନୋଟିସ୍‌ ମରାଯାଇଛି।
ପ୍ରକାଶ ଯେ, ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଡ୍ରେନ୍‌ ସମସ୍ୟା ରହିଥିଲା। ଫଳରେ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ଗାଡ଼ିଗୁଡ଼ିକ ବିଭିନ୍ନ ସମୟରେ ଅଟକି ଯାଉଥିଲା। ଏପରିକି ବର୍ଷା ପାଣି ମଧ୍ୟ ଠିକ୍‌ ଭାବେ ନିଷ୍କାସନ ହୋଇପାରୁ ନ ଥିଲା। ଶୁକ୍ରବାର ଜିଲା ପ୍ରଶାସନର ସ୍ପେଶାଲ ସ୍କ୍ବାଡ୍‌ ଉପଜିଲାପାଳଙ୍କ ସହ ବଜାରର ବିଭିନ୍ନ ସ୍ଥାନ, ସ୍ଥିତି ଅନୁଧ୍ୟାନ କରିବା ସମୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସମସ୍ୟା ନେଇ ସେମାନଙ୍କ ଦୃଷ୍ଟି ଗୋଚର କରିଥିଲେ। ଏହାପରେ ସେଠାରେ ଡ୍ରେନ୍‌ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପୌର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେଣୁ ଉକ୍ତ ଫାଟକକୁ ବନ୍ଦ କରାଯାଇ ଡ୍ରେନ୍‌ ନିର୍ମାଣ କରାଯିବ। ଏହି କାର୍ଯ୍ୟ ସରିବା ପର୍ଯ୍ୟନ୍ତ ମେଡିକାଲର ମୁଖ୍ୟ ଫାଟକ ବନ୍ଦ ରହିବ ବୋଲି ମେହିକାଲ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri