ଖସିଲା ମୁଖ୍ୟ ଫାଟକ ଛାତ ପଲସ୍ତରା

ଅନୁଗୋଳ ଅଫିସ, ୧୬।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ମୁଖ୍ୟ ଫାଟକ ଛାତରୁ ରବିବାର ବଡ଼ ଆକାରର ସିମେଣ୍ଟ ପଲସ୍ତରା ଖସିପଡ଼ିଛି। ଉକ୍ତ ଫାଟକ ଦେଇ ଏକ ରୋଗୀ ଥିବା ଆମ୍ବୁଲାନ୍ସ ମେଡିକାଲ ଭିତରକୁ ଯିବାର କେଇ ସେକେଣ୍ଡ ପରେ ଉକ୍ତ ପଲସ୍ତରା ଖସିଥିବା ଦେଖାଯାଇଥିଲା। ଏହି ଘଟଣା ପରେ ମେଡିକାଲ କର୍ତ୍ତୃପକ୍ଷ ମୁଖ୍ୟ ଫାଟକରେ ତାଲା ପକାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଅନୁଗୋଳ ପୌରପାଳିକା ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ପାର୍ଶ୍ୱରେ ସଞ୍ଜୀବନୀ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲା। ପରବର୍ତ୍ତୀ ସମୟରେ ମେଡିକାଲର ମୁଖ୍ୟ ଫାଟକ ଉପର ଭାଗରେ ମଧ୍ୟ ଗୃହ ନିର୍ମାଣ କରାଯାଇ ଭଡ଼ା ଦିଆଗଲା। ଏହାକୁ ନେଇ ସେତେବେଳେ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଥିଲା। ଏପରି କି ମେଡିକାଲ ଗସ୍ତରେ ବିଭିନ୍ନ ସମୟରେ ଆସିଥିବା ରାଜ୍ୟ ସରକାରଙ୍କ ମନ୍ତ୍ରୀ, ସଚିବ ପ୍ରମୁଖ ଉକ୍ତ ଫାଟକ ଉପରୁ ଦୋକାନ ହଟାଇବାକୁ ପରାମର୍ଶ ଦେଇଥିଲେ। ୨୦୧୬-୧୭ରେ ଏହି ମୁଖ୍ୟ ଫାଟକ ଉପରେ ଥିବା ଦୋକାନ ଘର ଓ ତଳ ଛାତ ଉଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଲେ ନାହିଁ କି ପୌରପାଳିକାକୁ ଏଥିପାଇଁ ସୁପାରିସ କଲେନାହିଁ। ଫଳରେ ଛାତ ଭଙ୍ଗାଯିବା ପରିବର୍ତ୍ତେ ମରାମତି କରିଦିଆଗଲା। ରବିବାର ଛାତରୁ ବଡ଼ ଧରଣର ପଲସ୍ତରା ଖସିଥିବାରୁ ଏହାର ସ୍ଥାୟିତ୍ୱ ନେଇ ଆଶଙ୍କା ପ୍ରକାଶ ପାଇଛି। ଏ ନେଇ ମେଡିକାଲ କର୍ତ୍ତୃପକ୍ଷ ମୁହଁ ଖୋଲିବାକୁ ନାରାଜ ଥିବାବେଳେ ପୌର କର୍ତ୍ତୃପକ୍ଷ କହିଛନ୍ତି, ଘଟଣା ସମ୍ପର୍କରେ ଅନୁଧ୍ୟାନ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ସ୍ଥାନୀୟ ଲୋକେ କହିଛନ୍ତି, ମେଡିକାଲରେ ଦୁଇ ଜଣ ପରିଚାଳକ ଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ଦିଆଯାଉ ନାହିଁ। ଯଦି ଛାତ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି, ତା’ହେଲେ ମେଡିକାଲ କର୍ତ୍ତୃପକ୍ଷ ଏହାକୁ ଉଚ୍ଛେଦ କରିବାକୁ କାହିଁକି ପ୍ରଶାସନକୁ ଅବଗତ କରିନାହାନ୍ତି। ତେବେ ମୁଖ୍ୟ ଫାଟକ ବିପଦପୂର୍ଣ୍ଣ ଥିବାରୁ ତାହାକୁ ବନ୍ଦ କରାଯାଇଥିବା ମେଡିକାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri