ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଜି.ଉଦୟଗିରି,୨୫।୪(ଡି.ଏନ.ଏ.): ପାନୀୟ ଜଳ ଯୋଗାଣ ବିଭାଗର ଖାମଖିଆଲ ନୀତି ଯୋଗୁ ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ପାନୀୟ ଜଳ ଯୋଗାଣ ପାଇଁ ସହରରେ ବିଛା ଯାଇଥିଲା ପାଇପ୍‌। ଏହାର କାମ ସରିଲାଣି। କିନ୍ତୁ ଖୋଳିଥିବା ରାସ୍ତାକୁ ମରାମତି କରିବାକୁ ଭୁଲିଗଲା ଠିକା କମ୍ପାନୀ। ଫଳରେ ସହରର ଅନେକ ସ୍ଥାନରେ ଦେଖିବାକୁ ମିଳିଛି ଏପରି ସମସ୍ୟା। ଦୀର୍ଘ ୪ ମାସ ବିତିଯାଇଥିଲେ ମଧ୍ୟ ଏବେବି ସେମିତି ରାସ୍ତା ଉପରେ ପଡ଼ିରହିଛି ମେଟାଲ। ଏଥିପାଇଁ ଦୁର୍ଘଟଣା ହେଉଥିବା ବେଳେ ସାଧାରଣ ଜନତା ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେବା ସହିତ ଟ୍ରାଫିକ ସମସ୍ୟା ଉପୁଜୁଛି। ପୂର୍ତ୍ତ ବିଭାଗ ଓ ସହର ପାନୀୟ ଜଳ ବିଭାଗ ତୁରନ୍ତ ଏହା ଉପରେ ଦୃଷ୍ଟି ଦେଇ ଶୀଘ୍ର ରାସ୍ତା ମରାମତି କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?