Posted inଗଜପତି

ଭୁଶୁଡ଼ିବାରେ ଲାଗିଛି ମୁଖ୍ୟ ରାସ୍ତା

ପାରଳାଖେମୁଣ୍ଡି,୨୧।୨(ଡି.ଏନ୍‌.ଏ.)  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା ଯଥା ଶଙ୍କୁରି ପୋଖରୀଠାରୁ ବସ୍‌ଷ୍ଟାଣ୍ଡ ରାସ୍ତାରେ ଥିବା ଏସାର ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତା ଭୁଶୁଡ଼ିବାରେ ଲାଗିଛି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟିପଡୁନି। ବିଗତ ୪ବର୍ଷ ପୂର୍ବେ ଶଙ୍କୁରି ପୋଖରୀର ଉନ୍ନୟନ ନାମରେ ଖନନ କରାଯାଇଥିଲା। ଉକ୍ତ ପୋଖରୀ ଉନ୍ନୟନ ନାମରେ ସଙ୍କୁଚିତ କରିଦିଆଯାଇଛି। ଏହାପରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଗତ ୨ବର୍ଷ ମଧ୍ୟରେ ଜବରଦଖଲ ହଟାଯିବା, ବୃକ୍ଷ କଟାଯିବା, ବିଦ୍ୟୁତ୍‌ ଖୁଣ୍ଟ ସ୍ଥାନାନ୍ତର କରାଯିବା ଆଦି କାର୍ଯ୍ୟ ହୋଇଥିଲେ ହେଁ ଏହି ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଅଟକି ରହିଛି। ତେବେ ଶଙ୍କୁରି ପୋଖରୀର ପୁନରୁଦ୍ଧାର ସମୟରେ ନାଳ ଓ ରାସ୍ତା ପାଇଁ ଯେଉଁ ଖନନ କରାଯାଇଥିଲା ତାହା ଏବେ ଆସ୍ତେ ଆସ୍ତେ ଭୁଶୁଡ଼ିବାରେ ଲାଗିଛି। ସହରର ଏକମାତ୍ର ଏହି ମୁଖ୍ୟ ରାସ୍ତାରେ ଦୈନନ୍ଦିନ ଦୁଇଚକିଆ, ତିନିଚକିଆ ସମେତ ଭାରିଯାନ ଯାତାୟାତ କରୁଛି । ଯଦି ଅସାବଧାନବଶତଃ ରାସ୍ତା ଭୁଶୁଡୁ ଥିବା ସ୍ଥାନ ଦେଇ କୌଣସି ଗାଡି ଚଢ଼ିଯାଏ ନିଶ୍ଚିତ ଏକ ବଡଧରଣ ଦୁର୍ଘଟଣାର ସମ୍ମୁଖୀନ ହେବାର ଅନୁମାନ କରାଯାଇପାରେ। ଉକ୍ତ ରାସ୍ତା ଦେଇ ବିଭିନ୍ନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ଯାଉଥିଲେ ମଧ୍ୟ ଏଥିପ୍ରତି କାହାରି ଦୃଷ୍ଟି ପଡୁନି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏପରି ଏକ ବିପଦପୂର୍ଣ୍ଣ ସ୍ଥାନରେ ପୂର୍ତ୍ତ ବିଭାଗ ପକ୍ଷରୁ ବିପଦ ସଙ୍କେତ ମଧ୍ୟ ଲଗାଯାଇ ନାହିଁ। ଅନ୍ୟପକ୍ଷରେ ପୋଖରୀର ଉନ୍ନୟନ ତଥା ରାସ୍ତା ପ୍ରଶସ୍ତୀକରଣ ବେଳେ ଯେଉଁ ଜବରଦଖଲକାରୀଙ୍କୁ ଉଚ୍ଛେଦ କରାଯାଇଥିଲା ବର୍ତ୍ତମାନ ଧୀରେ ଧୀରେ ଏଠାରେ ପୁଣି ଅସ୍ଥାୟୀ ଦୋକାନମାନ ଗଢି ଉଠିଛି। ପାରଳା ପୌରପରିଷଦ ୨୦୧୯ର ଶେଷ ଭାଗରେ ପ୍ରଶାସନ ହାତକୁ ଯିବାପରେ ମଧ୍ୟ କୌଣସି ଆଖିଦୃଶିଆ ଉନ୍ନୟନ କାମ ହୋଇ ନ ଥିବାରୁ ସାଧାରଣରେ ଆଲୋଚନା ହେଉଛି । ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଉଭୟ କାର୍ଯ୍ୟକୁ ତୁରନ୍ତ ସାରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ପୂର୍ତ୍ତ ବିଭାଗ ଅଧିକାରୀ ଅଶୋକ କୁମାର ଦାସଙ୍କୁ ଯୋଗାଯୋଗ କରିବାରୁ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri