ମୂଷାନାଳ ସହର ମୁଖ୍ୟ ରାସ୍ତା ମରଣଯନ୍ତା, ଲୋକେ ହନ୍ତସନ୍ତ

ଲାଞ୍ଜିଗଡ଼,୨୧/୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୂଷାନାଳ ସହର ମଝିରେ ଥିବା ମୁଖ୍ୟ ରାସ୍ତାରେ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଫଳରେ ଲୋକେ ଯାତାୟାତ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ରାସ୍ତାଟି ମୂଷାନାଳ ଦେଇ ବିଶ୍ୱନାଥପୁର, ବିଜେପୁର ଓ ସୀମାନ୍ତ ରାୟଗଡା ଜିଲା କଲ୍ୟାଣସିଂପୁରକୁ ସଂଯୋଗ କରୁଛି। ତେଣୁ ହଜାର ସଂଖ୍ୟାରେ ଲୋକ ଦୈନିକ ଯାତାୟାତ କରୁଛନ୍ତି। ସେହିପରି ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ଥିବା ଅନେକ ପଞ୍ଚାୟତକୁ ସଂଯୋଗ କରିବା ପାଇଁ ଏହା ମୁଖ୍ୟ ରାସ୍ତା। ତେବେ ରାସ୍ତାକାମ ନିମ୍ନମାନର ଯୋଗୁ ମୂଷାନାଳ ସହର ମଧ୍ୟରେ ପିଚୁ ଉଠି ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଏହି ଗର୍ତ୍ତରେ ନଳକୂପ ପାଣି ଜମିଥିବାରୁ ରୋଗୀ, ଅଙ୍ଗନଓ୍ବାଡିର କେନ୍ଦ୍ରର ଶିଶୁ, ସ୍କୁଲ ଛାତ୍ରୀଛାତ୍ର, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ନେବାଆଣିବାରେ ସମସ୍ୟା ଦେଖାଦେଇଛି। ଏମିତି କି ନୂଆ କରି ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡ଼କ ଅବସ୍ଥା ବି ଖରାପ। ନିର୍ମାଣର ଦୁଇ ବର୍ଷ ମଧ୍ୟରେ ରାସ୍ତାରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି ହେଲାଣି। ୫ବର୍ଷ ପର୍ଯ୍ୟନ୍ତ ମରାମତି କାମ ପାଇଁ ଆନୁଦାନ ରହିଥିଲେ ମଧ୍ୟ କୌଣସି କାମ ହେଉନାହିଁ। ଏ ନେଇ ବାରମ୍ବାର ଅଭିଯୋଗ ପରେ ବି ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ସେହିଭଳି ମୂଷାନାଳ ସହର ମଝିରେ ଥିବା ମୁଖ୍ୟ ରାସ୍ତା ମରାମତି ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କଲେ ବି ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ନେଇ ପିଡବ୍ଲ୍ୟୁଡି ଯନ୍ତ୍ରୀ ଲମ୍ବୋଧର ବେହେରାଙ୍କୁ ପଚାରିବାରୁ ବିଶ୍ୱନାଥପୁରଠାରୁ ମୂଷାନାଳ ପର୍ଯ୍ୟନ୍ତ ଆର୍‌ଡ଼ି ବିଭାଗ ଅଧୀନରେ ଥିବା ପ୍ରକାଶ କରିଛନ୍ତି। ଆର୍‌ଡ଼ି ବିଭାଗ ଯନ୍ତ୍ରୀ ଅସିତ ଖଟୁଆଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ କଲ ଗ୍ରହଣ ନ କରିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେଇ ରାସ୍ତା ମରାମତି କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri