ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍‌ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ ପରିମାଣର ଟିଫିନ୍‌ ବୋମା ଓ ଜିଲଟିନ୍‌ ଷ୍ଟିକ୍‌ ଜବତ କରାଯାଇଛି। ଏ ସମ୍ପର୍କରେ ବୁଧବାର ମାଲକାନଗିରି ଏସ୍‌.ପି. ନିତିଶ୍‌ ବାଧ୍ୱାନୀ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। କୌଣସି ସୂତ୍ରରୁ ଖବର ପାଇ ଡିଭିଏଫ୍‌ ଯବାନମାନେ କାଲିମେଳା ବ୍ଲକ ଅନ୍ତର୍ଗତ ଦୟାଲତଙ୍ଗ ଗ୍ରାମ ନିକଟ ଜଙ୍ଗଲରେ କମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ଉକ୍ତ ଅଞ୍ଚଳରେ ଅପରେଶନ ଜାରି ରହିଥିବା ବେଳେ ଗୋଟିଏ ସ୍ଥାନରେ ମାଟି ତଳେ କିଛି ଜିନିଷ ପୋତା ଯାଇଥିବା ଜାଣିବାକୁ ପାଇଥିଲେ। ପରେ ଉକ୍ତ ସ୍ଥାନ ଖୋଳିବାରୁ ଗାତ ଭିତରୁ ୧୯୦ଟି ଜିଲଟିନ୍‌ ଷ୍ଟିକ୍‌ ଓ ୧୨ଟି ଟିଫିନ୍‌ ବୋମା ଜବତ କରିଛନ୍ତି। ତେବେ ବହୁବର୍ଷ ପୂର୍ବେ ଏହି ଅଞ୍ଚଳରେ ମାଓବାଦୀଙ୍କ ଆଡ୍ଡା ରହିଥିଲା। ପରବର୍ତ୍ତୀ ସମୟରେ ଅଧିକାଂଶ ମାଓବାଦୀ କାଲିମେଳା ଅଞ୍ଚଳ ଛାଡ଼ି ଚିତ୍ରକୋଣ୍ଡା ଅଞ୍ଚଳରେ ନିଜର ସ୍ଥିତି ଜାହିର କରିଥିଲେ। ତେବେ ସେହି ସମୟରେ ଏହି ବୋମା ଓ ଜିଲଟିନ୍‌ ଷ୍ଟିକ୍‌ ନିରୀହ ଜନସାଧାରଣ ଓ ଯବାନମାନଙ୍କୁ ଟାର୍ଗେଟ କରି ଲୁଚାଇ ରଖା ଯାଇଥିବା ତଦନ୍ତରୁ ଜଣାପଡ଼ିଛି ବୋଲି ଏସ୍‌.ପି. ଶ୍ରୀ ବାଧ୍ୱାନୀ ସୂଚନା ଦେଇଛନ୍ତି। ଆଜି ଭୋର୍‌ରୁ ଏହି ସାମଗ୍ରୀଗୁଡ଼ିକ ଜବତ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଉକ୍ତ ଅଞ୍ଚଳରେ କମ୍ବିଂ ଅପରେଶନ ଜାରି ରହିଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri