ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି। ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ଦୋକାନ ସକାଳ ୭ରୁ ପୂର୍ବାହ୍ନ ୧୦ଟା ଯାଏ ଖୋଲା ରହିବ। ହୋଲ୍‌ସେଲ୍‌ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ପୂର୍ବାହ୍ନ ୧୦ରୁ ଅପରାହ୍ନ ୨ଟା ଏବଂ ରିଟେଲ୍‌ ଦୋକାନ ଅପରାହ୍ନ ୨ରୁ ରାତି ୮ଟା ଯାଏ ଖୋଲିବ। ପ୍ରତ୍ୟେକ ସପ୍ତାହର ବୁଧବାର ମାଲଗୋଦାମ ସଂପୂର୍ଣ୍ଣ ବନ୍ଦ ରହିବ। ମାଲ୍‌ଗୋଦାମ ନିକଟ ବେହେରାସାହିରୁ ଲଗାତର କରୋନା ଆକ୍ରାନ୍ତ ଚିହ୍ନଟ ହେବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସିଏମ୍‌ସି କହିଛି। ଅପରପକ୍ଷେ ମଙ୍ଗଳବାର କଟକ ଚାମ୍ବର ଅଫ୍‌ କମର୍ସ ନେତୃତ୍ୱରେ ଓଡ଼ିଶା ଚାଉଳ ବ୍ୟବସାୟୀ ସଂଘ ଓ ଖୁଚୁରା ବ୍ୟବସାୟୀ ସଂଘର ବୈଠକ ଅନୁଷ୍ଠିତ ହୋଇଥିଲା। ବେହେରାସାହି ଓ ତେଲୁଗୁ ବସ୍ତିରେ ସଂକ୍ରମଣ ବଢୁଥିବା ନେଇ ବୈଠକରେ ଚିନ୍ତା ପ୍ରକଟ କରାଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା, ଗ୍ରାହକ, ଦୋକାନୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ସହ ଦୋକାନ ଭିତରକୁ ଗ୍ରାହକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?