ଭତ୍ତାକୁ ଅପେକ୍ଷା କରି ଆଖି ବୁଝିଲେ ଭ୍ରମର

ବରୀ,୭।୬(ଡି.ଏନ.ଏ.):ସରକାର ଗରୀବ ଲୋକଙ୍କ ପାଇଁ ବିଭିନ୍ନ କଲ୍ୟାଣମୂଳକ ଯୋଜନା ପ୍ରଣୟନ କରିଛନ୍ତି ା ହେଲେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ନୀତିଯୋଗୁ ବହୁ ଗରୀବ ନୀରହି ମଣିଷ ସେହି ସୁବିଧାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି ା ଏମିତି ଏକ ଘଟଣା ବରୀ ବ୍ଲକ୍‌ ଅଧୀନ ବୋଦୁଅ ପଞ୍ଚାୟତ ଏରଡା ରାଜସ୍ବ ଗ୍ରାମରେ ଦେଖିବାକୁ ମିଳିଛି । ସରକାରଙ୍କ ନିୟମ ଅନୁଯାୟୀ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧଙ୍କୁ ମଧୁବାବୁ ଭତ୍ତା ଯୋଜନାରେ ମାସିକ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଉଛି ା ମାତ୍ର ଏରଡା ଗ୍ରାମର ଭ୍ରମର ଜେନା (୬୨) ଭତ୍ତା ପାଇଁ ଦୀର୍ଘ ୨ ବର୍ଷ ହେଲା ଆବେଦନ କରି ଆସୁଥିଲେ ା ହେଲେ ତାଙ୍କୁ ଭତ୍ତା ମିଳିଲା ନାହିଁ ା ଶେଷରେ ସେ ସୋମବାର ଆଖି ବୁଝିଛନ୍ତି। ଏପରି ପରିସ୍ଥିତିରେ ସେ ଭତ୍ତାକୁ ଅପେକ୍ଷା କରି କରି ପ୍ରାଣ ହରାଇଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି ା ଭ୍ରମରଙ୍କ ଆର୍ଥିକ ସ୍ଥିତି ଦେଖି ଏରଡା ଗ୍ରାମର ସାମାଜିକ କର୍ମୀ ନିହାର ସାମଲ ଗତ ୨ ହେବ ପ୍ରତିମାସ ୮ ତାରିଖ ଦିନ ତାଙ୍କୁ କିଛି ଟଙ୍କା ସହାୟତା ପ୍ରଦାନ କରି ଆସୁଥିଲେ। ଏ ସଂକ୍ରାନ୍ତରେ ଖବର ପାଇବା ପରେ ମଧ୍ୟ ଜିଲା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲା ା ଶେଷରେ ଭ୍ରମର ଆର୍ଥିକ ସଙ୍କଟ ଭିତରେ ଆଖି ବୁଜିଛନ୍ତି ା ଭ୍ରମର ଅସୁସ୍ଥ ଅନୁଭବ ଜରିବାରୁ ତାଙ୍କୁ ନିହାର ପ୍ରଥମେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ଦାୟିତ୍ୱରେ ଥିବା ଡାକ୍ତର ଉଚ୍ଚତର ଚିକିସତ୍ା ନିମନ୍ତେ ଯାଜପୁର ଜିଲା ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri