୮ ମାସରେ ୮୦୦ ଜୀବନ ବଞ୍ଚାଇଲେଣି ଏହି ବ୍ୟକ୍ତି, ମାଗଣାରେ ଯୋଗାଉଛନ୍ତି…

ପାଟଣା,୨୦ା୧୨: ସମଗ୍ର ବିଶ୍ୱ ବର୍ତ୍ତମାନ କରୋନା ମହାମାରୀ ସହିତ ସଂଘର୍ଷ କରୁଛି। ଏଭଳି ପରିସ୍ଥିତିରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଗୌରବ ରାୟ ନାମକ ଜଣେ ବ୍ୟକ୍ତି ଆଗେଇ ଆସିଛନ୍ତି। ଗୌରବ ଏମିତି କିଛି କାମ କରିଛନ୍ତି ଯାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ୫୦ ବର୍ଷୀୟ ଗୌରବ କରୋନା ସମୟରେ ଲୋକଙ୍କ ଜୀବନ ରକ୍ଷା କରିଥିବାରୁ ତାଙ୍କୁ ‘ଅକ୍ସିଜେନ୍‌ ମ୍ୟାନ୍‌’ କୁହାଯାଉଛି। ବିଗତ ୮ ମାସ ଧରି ସେ କ୍ରମାଗତ ଭାବରେ ମାଗଣାରେ ରୋଗୀଙ୍କୁ ଅମ୍ଳଜାନ ସିଲିଣ୍ଡର ଯୋଗାଉଛନ୍ତି। ତାଙ୍କର ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଗୌରବ କେବଳ ପାଟଣା ନୁହେଁ ବରଂ ବର୍ତ୍ତମାନ ବିହାରର ୧୮ଟି ଜିଲାରେ ଅମ୍ଳଜାନ ସିଲିଣ୍ଡର ଯୋଗାଇବା କାମ ଆରମ୍ଭ କରିଛନ୍ତି। ଗୌରବ ପ୍ରତିଦିନ ତାଙ୍କ କାର୍‌ରେ ୧୨ରୁ ଅଧିକ ସିଲିଣ୍ଡର ନେଇ ଜିଲାର କୋଣ ଅନୁକୋଣ ବୁଲିଥାନ୍ତି। ଅଭାବୀ ଲୋକମାନଙ୍କଠାରୁ କଲ୍‌ ପାଇବା ମାତ୍ରେ ତାଙ୍କ ଘରେ ନେଇ ଅମ୍ଳଜାନ ସିଲିଣ୍ଡର ଯୋଗାଉଛନ୍ତି। ଯେଉଁମାନେ କରୋନା ସଂକ୍ରମିତ ଆଉ ଘରେ ରହି ଚିକିତ୍ସା ହେଉଛନ୍ତି ଗୌରବ ସେମାନଙ୍କୁ ଏପରି ଅକ୍ସିଜେନ ସିଲିଣ୍ଡର ଯୋଗାଉଛନ୍ତି।

ଗତ ଜୁଲାଇରେ ଗୌରବ କରୋନା ଆକ୍ରାନ୍ତ ହୋଇଥିଲେ। ଯେତେବେଳେ ତାଙ୍କ ଅବସ୍ଥା ଗୁରୁତର ହେଲା, ତାଙ୍କୁ ପାଟଣାର ପିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବଂ ତାଙ୍କୁ ଅମ୍ଳଜାନ ସିଲିଣ୍ଡର ଆବଶ୍ୟକ ଥିଲା। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଗୌରବ ଅମ୍ଳଜାନ ସିଲିଣ୍ଡର ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। କିଛି ଦିନ ମଧ୍ୟରେ ଗୌରବ କରୋନରୁ ମୁକ୍ତି ପାଇଲେ। କିନ୍ତୁ ସେହି ସମୟରେ ସେ ଅମ୍ଳଜାନ ସିଲିଣ୍ଡରର ମହତ୍ତ୍ୱ ଅନୁଭବ କରିଥିଲେ। ଏହି ଅସୁବିଧାକୁ ମନେ ପକାଇ ସେହିଦିନଠାରୁ ଗୌରବ ମାଗଣାରେ ରୋଗୀଙ୍କୁ ଅକ୍ସିଜେନ ସିଲିଣ୍ଡର ଯୋଗାଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri