କୋଣାର୍କ,୨୬ା୮(ଡି.ଏନ୍.ଏ.): କୋଣାର୍କ ଏନ୍ଏସିର ୧୦ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପଣ୍ଡାଙ୍କୁ ରାସ୍ତାରୁ ଉଠାଇ ନେଇ ମଦ୍ୟପ ଆଖ୍ୟା ଦେଇ କୋଣାର୍କ ଥାନା ଏସ୍ଆଇ ଦିଲୀପ କୁମାର ବେହେରା ମାଡ଼ ମାରିଛନ୍ତି। ଏ ନେଇ ଜ୍ଞାନରଞ୍ଜନଙ୍କ ସ୍ତ୍ରୀ ଶୈଳବାଳା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଥାନା ଛକରେ ଥିବା ଏକ ଗ୍ରସେରି ଦୋକାନକୁ ଜ୍ଞାନରଞ୍ଜନ ସାମଗ୍ରୀ ଆଣିବାକୁ ଯାଇଥିଲେ। ଥାନା ଛକରେ ସେ ଛିଡା ହୋଇଥିବାବେଳେ ହଠାତ୍ ଏସ୍ଆଇ ବେହେରା ତାଙ୍କୁ ରାସ୍ତାରୁ ଉଠାଇ ନେବା ସହ ମଦ୍ୟପର ଆଖ୍ୟା ଦେଇ ଥାନା ଭିତରେ ମାଡ଼ ମାରିଥିଲେ। ଫଳରେ ସେ ଚେତାଶୂନ୍ୟ ଅବସ୍ଥାରେ ପଡ଼ିଥିଲେ। ଥାନା ଆଇଆଇସି ରଞ୍ଜନ କୁମାର ମଲ୍ଲିକ ପହଞ୍ଚତ୍ ଏସ୍ଆଇ ବେହେରାଙ୍କ ଏଭଳି କାର୍ଯ୍ୟକଳାପକୁ ନିନ୍ଦା କରିବା ସହ ଜ୍ଞାନରଞ୍ଜନଙ୍କ ପ୍ରାଥମିକ ଚିକିତ୍ସା ପାଇଁ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ କର୍ମଚାରୀମାନେ ଜ୍ଞାନରଞ୍ଜନକୁ ସ୍ବାସ୍ଥ୍ୟକେନ୍ଦ୍ର ନେଇ ଚିକିତ୍ସା କରି ପୁଣି ଥାନାକୁ ଆଣିଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ସ୍ତ୍ରୀ ଫୋନ କରିଥିଲେ ମଧ୍ୟ ଜ୍ଞାନଙ୍କ ଫୋନ ବନ୍ଦ ଥିଲା। ଏ ନେଇ ସେ ଦିଅର ମନୋରଞ୍ଜନଙ୍କୁ ଜଣାଇଥିଲେ। ପରେ ମନୋରଞ୍ଜନ ଥାନାରେ ପହଞ୍ଚତ୍ ଜ୍ଞାନଙ୍କୁ ଘରକୁ ଆଣିଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ଶୈଳବାଳା ଏସ୍ଆଇଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଏସ୍ଆଇ ବେହେରାଙ୍କ ପ୍ରତିକ୍ରିୟା ମିଳିପାରି ନଥିବାବେଳେ ଆଇଆଇସି ମଲ୍ଲିକ କହିଛନ୍ତି, ଥାନାକୁ ମୁଁ ଆସିବାବେଳେ ଜଣେ ଅଚେତ ପଡ଼ିଥିବା ଦେଖି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲି। ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରକୁ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ପୁରୀ ସହର ମୁଖ୍ୟ ଚିକିତ୍ସାଳୟକୁ ନେଇ କୋଭିଡ୍ ପରୀକ୍ଷା ସହ ଚିକିତ୍ସା ସୁବିଧା କରିଛି। ତାଙ୍କ ସ୍ତ୍ରୀଙ୍କ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିବା ସହ ଆଇନ ଅନୁଯାୟୀ ଏଥିରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯାନୁଷ୍ଠାନ ପାଇଁ ଏସ୍ପିଙ୍କୁ ସୁପାରିସ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଏସ୍ଆଇଙ୍କ ଏଭଳି ବ୍ୟବହାରକୁ ନାପସନ୍ଦ କରିବା ସହ ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ ଯଦି ନ ନିଆଯାଏ ତେବେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବୁ ବୋଲି ଅନୁସୂଚିତ ଜାତି ବିକାଶ ପରିଷଦର ସମ୍ପାଦକ ପ୍ରତାପ କାଣ୍ଡି ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…
କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ
ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…
ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…
ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…
ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…
ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
Archives

