ବେଦିରୁ ବର-କନ୍ୟାକୁ ଉଠାଇଦେଲେ ମଣ୍ଡପ କର୍ତ୍ତୃପକ୍ଷ, କାରଣ ଜାଣିଲେ…

ଭୁବନେଶ୍ୱର,୧ା୧୨(ତ୍ରିନାଥ ମହାନ୍ତି): ବିବାହ ବିଳମ୍ବ ହେବାକୁ ନେଇ ମଣ୍ଡପ କର୍ତ୍ତୃପକ୍ଷ ଏବଂ ବର ପକ୍ଷ ମଧ୍ୟରେ ଗଣ୍ଡଗୋଳ ହୋଇଛି। ହାତଗଣ୍ଠି ପଡି ସାରିଥିଲା। ହେଲେ ବର-କନ୍ୟା ସାତ ଘେରା ବୁଲିବା ପୂର୍ବରୁ ମଣ୍ଡପ କର୍ତ୍ତୃପକ୍ଷ ସେମାନଙ୍କୁ ବେଦିରୁ ଉଠାଇ ଦେଇଥିଲେ। ଏହାକୁ ନେଇ ଉଭୟ ପକ୍ଷରୁ ହାତାହାତି ହୋଇଥିଲେ। ଏଭଳି ଘଟଣା ଭରତପୁର ଥାନା କଳିଙ୍ଗ ଷ୍ଟୁଡିଓ ଛକ ନିକଟ ଏକ କ୍ଲବରେ ଦେଖିବାକୁ ମିଳିଛି। ଖବରପାଇ ପୋଲିସ ପହଞ୍ଚି ଉଭୟଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏସ୍‌ଓଏସ୍‌ ଭିଲେଜ କଡ଼ରେ ଥିବା ଏକ କ୍ଲବରେ ଜଣେ କର୍ପୋରେଟରଙ୍କ କନ୍ୟା ବାହାଘର ବେଳେ ଏଭଳି ରୋଚକ ଘଟଣା ଦେଖିବାକୁ ମିଳିଥିଲା। ସେ ତାଙ୍କ ଝିଅର ବାହାଘର ପାଇଁ ୨ ମାସ ପୂର୍ବରୁ ବିବାହ ମଣ୍ଡପ ବୁକିଂ କରିଥିଲେ। ଏ ବାବଦକୁ ୪ ଲକ୍ଷ ଟଙ୍କା ମଣ୍ଡପ କର୍ତ୍ତୃପକ୍ଷଙ୍କୁ ଦେଇଥିଲେ। ରବିବାର ଅପରାହ୍ନ ୨ଟାରେ ବାହାଘର ଚାଲିଥିଲା। ବେଦିରେ ବଦକନ୍ୟା ବସିଥିବାବେଳେ ପୁରୋହିତ ମନ୍ତ୍ର ପଢ଼ୁଥିଲେ। ଅଗ୍ନିକୁ ସାକ୍ଷୀ ରଖି ସାତ ଘେରା ବୁଲିଥାନ୍ତେ ବର-କନ୍ୟା। ସନ୍ଧ୍ୟାରେ ଜଣେ ନବ ବିବାହିତଙ୍କ ରିସେପ୍‌ଶନ ଥିବା ଦର୍ଶାଇ ମଣ୍ଡପ ଖାଲି କରିବାକୁ କହି ତଡ଼ି ଦେଇଥିଲେ ମଣ୍ଡପ କର୍ତ୍ତୃପକ୍ଷ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?