ଆରମ୍ଭ ହେଲା ମଣ୍ଡି

କାମାକ୍ଷାନଗର, ୨୮ା୧୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାରେ ସୋମବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ଖରିଫ୍‌ ଧାନ କିଣା। କାମାକ୍ଷାନଗର ବ୍ଲକ ରାୟନୃସିଂହପୁର ପଞ୍ଚାୟତ ଗୋଦରିବିଲିରେ ଜିଲାପାଳ ସରୋଜ କୁମାର ସେଠୀ ଧାନ କିଣାବିକା ଲାଗି ମଣ୍ଡିର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ ସୂଚନା ଦେଇ କହିଲେ, ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୧ ଲକ୍ଷ ୫୦ ହଜାର କୁଇଣ୍ଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ୪୯ ହଜାର ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ଚଳିତ ବର୍ଷ ୧୬ ମିଲରଙ୍କ ଜରିଆରେ ଧାନ କିଣାଯିବ। ଏଥିଲାଗି ମୋଟ ୮୫ ମଣ୍ଡି ଖୋଲାଯାଇଛି। ତନ୍ମଧ୍ୟରୁ ୫୭ଟିର ପରିଚାଳନା ଦାୟିତ୍ୱ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଦିଆଯାଇଛି। ଗତବର୍ଷ ଧାନ ଉଠାଣରେ ବିଭ୍ରାଟ ଉପୁଜିଥିଲା। ଚଳିତ ବର୍ଷ ଟୋକନ ବ୍ୟବସ୍ଥା, କଟ୍‌ନୀ ଛଟ୍‌ନୀରେ ଯେପରି କୌଣସି ସମସ୍ୟା ନ ହୁଏ ସେଥିଲାଗି ପ୍ରଶାସନ, ଯୋଗାଣ ବିଭାଗ ସତର୍କ ରହିଥିବା ଜିଲାପାଳ ସୂଚନା ଦେଇଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଯୋଗାଣ ଅଧିକାରୀ ନୀରୋଦ ରଞ୍ଜନ ଦାସ, ଜିଲା ସମବାୟସମିତି ସମୂହ ଉପନିବନ୍ଧକ ସଂଗ୍ରାମ କେଶରୀ ରାଉତ, ସହକାରୀ ଉପ ନିବନ୍ଧକ ଅନିଲ ରଥ, ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ରଥ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ରବିନାରାୟଣ ସାହୁ, ଯୋଗାଣ ନିରୀକ୍ଷକ ସାରଦା ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ଦିନରେ ୮ ଚାଷୀ ୩୫୨ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri