ଚାକିରି ପାଇଲେ ମାଙ୍କିଡ଼ିଆ ଜନଜାତି ଯୁବକ

ବାରିପଦା ଅଫିସ, ୩୦।୭- ମାଙ୍କିଡ଼ିଆ ଜନଜାତିର ପ୍ରଥମ ମାଟ୍ରିକ୍ୟୁଲେଟ ବାୟା ମାଙ୍କିଡ଼ିଆଙ୍କୁ ମିଳିଛି ସରକାରୀ ଚାକିରି। ମୟୂରଭଞ୍ଜ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୩୨୪୭/୨୯ା୭ା୨୧ ଅନୁଯାୟୀ ଜିଲାପାଳ ବିନୀତ ଭରଦ୍ୱାଜ ଗୁରୁବାର ତାଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତିପତ୍ର ଓ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ସେ ଉଦଳାସ୍ଥିତ ଅନ୍ବେଷା ଛାତ୍ରାବାସରେ ରହି ଛାତ୍ରମାନଙ୍କୁ ପାର୍ଟଟାଇମ୍‌ ଟ୍ୟୁଶନ କରିବେ। ଛାତ୍ରାବାସରେ ରହି ଶିକ୍ଷାଗ୍ରହଣ କରୁଥିବା ଶିକ୍ଷାର୍ଥୀମାନଙ୍କୁ କମ୍ପ୍ୟୁଟର ବାବଦରେ ଅଧିକ ଶିକ୍ଷା ପ୍ରଦାନ କରିବା ସହିତ ଚିତ୍ରାଙ୍କନ, ଗଳ୍ପ, କୁଇଜ୍‌ ସମ୍ପର୍କରେ ଶିକ୍ଷାଦାନ କରିବେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଜିଲା ଜରୁରିକାଳୀନ ଅଧିକାରୀ ସୁଜୟ ପତି, ଜିଲା ମଙ୍ଗଳ ଅଧିକାରୀ ଚିତ୍ତରଞ୍ଜନ ମହାପାତ୍ର ଓ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ , ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଭଣ୍ଡାରୀପାଳ ଅଞ୍ଚଳର ବାୟା ୨୦୧୦ରେ ଅସନବଣୀ ହାଇସ୍କୁଲରୁ ମାଟ୍ରିକ ପାସ୍‌ କରି ମାଙ୍କିଡିଆ ଜନଜାତିର ଟେକ ରଖିଥିଲେ। ଏହି ଖବରପାଇ ତତ୍କାଳୀନ ରାଷ୍ଟ୍ରପତି ପ୍ରତିଭା ଦେବୀସିଂ ପାଟିଲ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଅତି ଗରିବ ପରିବାରରେ ଜନ୍ମଗ୍ରହଣ କରିଥିଲେ ହେଁ ପାଠପଢ଼ା ପ୍ରତି ତାଙ୍କର ଆଗ୍ରହ ରହିଥିଲା। ତାଙ୍କ ବଡ଼ଭାଇ ଓ ମା’ ଜଙ୍ଗଲରୁ ଖଜୁରିପତ୍ର ସଂଗ୍ରହ କରି ସେଥିରୁ ପ୍ରସ୍ତୁତ ସାମଗ୍ରୀ ବିକ୍ରି କରି ପରିବାର ଭରଣପୋଷଣ କରୁଥିଲେ। ଦିନ ମଜୁରିଆ ଭାବେ କାମ କରି ବାୟା ମେଘାସନି କଲେଜ ନୁଦୁଡ଼ିହାରୁ +୨ କଳାରେ ଉତ୍ତୀର୍ଣ୍ଣ ହେବା ପରେ +୩ ଦ୍ୱିତୀୟ ବର୍ଷରେ ପଢ଼ୁଥିଲେ। ତେବେ ଅର୍ଥାଭାବରୁ ପାଠପଢ଼ା ଛାଡ଼ି ପରିବାର ଚଳାଇବା ପାଇଁ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରୁଥିଲେ। ଏକଥା ଜଣାପଡ଼ିବା ପରେ ଜିଲାପାଳ ଭରଦ୍ୱାଜ ତାଙ୍କୁ ଛାତ୍ରାବାସରେ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରିଛନ୍ତି ା ଏଥିପାଇଁ ସେ ଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ ଓ ତାଙ୍କ ମା’ଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri