ଚାକିରି ପାଇଲେ ମାଙ୍କିଡ଼ିଆ ଜନଜାତି ଯୁବକ

ବାରିପଦା ଅଫିସ, ୩୦।୭- ମାଙ୍କିଡ଼ିଆ ଜନଜାତିର ପ୍ରଥମ ମାଟ୍ରିକ୍ୟୁଲେଟ ବାୟା ମାଙ୍କିଡ଼ିଆଙ୍କୁ ମିଳିଛି ସରକାରୀ ଚାକିରି। ମୟୂରଭଞ୍ଜ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୩୨୪୭/୨୯ା୭ା୨୧ ଅନୁଯାୟୀ ଜିଲାପାଳ ବିନୀତ ଭରଦ୍ୱାଜ ଗୁରୁବାର ତାଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତିପତ୍ର ଓ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ସେ ଉଦଳାସ୍ଥିତ ଅନ୍ବେଷା ଛାତ୍ରାବାସରେ ରହି ଛାତ୍ରମାନଙ୍କୁ ପାର୍ଟଟାଇମ୍‌ ଟ୍ୟୁଶନ କରିବେ। ଛାତ୍ରାବାସରେ ରହି ଶିକ୍ଷାଗ୍ରହଣ କରୁଥିବା ଶିକ୍ଷାର୍ଥୀମାନଙ୍କୁ କମ୍ପ୍ୟୁଟର ବାବଦରେ ଅଧିକ ଶିକ୍ଷା ପ୍ରଦାନ କରିବା ସହିତ ଚିତ୍ରାଙ୍କନ, ଗଳ୍ପ, କୁଇଜ୍‌ ସମ୍ପର୍କରେ ଶିକ୍ଷାଦାନ କରିବେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଜିଲା ଜରୁରିକାଳୀନ ଅଧିକାରୀ ସୁଜୟ ପତି, ଜିଲା ମଙ୍ଗଳ ଅଧିକାରୀ ଚିତ୍ତରଞ୍ଜନ ମହାପାତ୍ର ଓ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ , ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଭଣ୍ଡାରୀପାଳ ଅଞ୍ଚଳର ବାୟା ୨୦୧୦ରେ ଅସନବଣୀ ହାଇସ୍କୁଲରୁ ମାଟ୍ରିକ ପାସ୍‌ କରି ମାଙ୍କିଡିଆ ଜନଜାତିର ଟେକ ରଖିଥିଲେ। ଏହି ଖବରପାଇ ତତ୍କାଳୀନ ରାଷ୍ଟ୍ରପତି ପ୍ରତିଭା ଦେବୀସିଂ ପାଟିଲ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଅତି ଗରିବ ପରିବାରରେ ଜନ୍ମଗ୍ରହଣ କରିଥିଲେ ହେଁ ପାଠପଢ଼ା ପ୍ରତି ତାଙ୍କର ଆଗ୍ରହ ରହିଥିଲା। ତାଙ୍କ ବଡ଼ଭାଇ ଓ ମା’ ଜଙ୍ଗଲରୁ ଖଜୁରିପତ୍ର ସଂଗ୍ରହ କରି ସେଥିରୁ ପ୍ରସ୍ତୁତ ସାମଗ୍ରୀ ବିକ୍ରି କରି ପରିବାର ଭରଣପୋଷଣ କରୁଥିଲେ। ଦିନ ମଜୁରିଆ ଭାବେ କାମ କରି ବାୟା ମେଘାସନି କଲେଜ ନୁଦୁଡ଼ିହାରୁ +୨ କଳାରେ ଉତ୍ତୀର୍ଣ୍ଣ ହେବା ପରେ +୩ ଦ୍ୱିତୀୟ ବର୍ଷରେ ପଢ଼ୁଥିଲେ। ତେବେ ଅର୍ଥାଭାବରୁ ପାଠପଢ଼ା ଛାଡ଼ି ପରିବାର ଚଳାଇବା ପାଇଁ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରୁଥିଲେ। ଏକଥା ଜଣାପଡ଼ିବା ପରେ ଜିଲାପାଳ ଭରଦ୍ୱାଜ ତାଙ୍କୁ ଛାତ୍ରାବାସରେ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରିଛନ୍ତି ା ଏଥିପାଇଁ ସେ ଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ ଓ ତାଙ୍କ ମା’ଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri