ନବୀନ ବାବୁ ବିରୋଧୀଙ୍କୁ କେବେ କହିବେନି ଚୋର-ଚଣ୍ଡାଳ : ସମୀର ମହାନ୍ତି

ଭୁବନେଶ୍ୱର,୨୪।୫(ଶର୍ମିଷ୍ଠା ପାଣିଗ୍ରାହୀ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧନ କରି ରଖାଯାଇଛି। ବିଗତ କିଛି ଦିନ ହେଲା ବିଜେଡି ଦ୍ୱାରା ସାମାଜିକ ଗଣମାଧ୍ୟମରେ ଛଡ଼ା ଯାଉଥିବା ଭିଡିଓଗୁଡ଼ିକୁ ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି, ମୁଖ୍ୟମନ୍ତ୍ରୀଙ୍କୁ କେଉଁ ଭଳି ଭାବେ ଲୋକଙ୍କ ପାଖରେ ଉପସ୍ଥାପିତ କରାଯାଉଛି। ଭିଡିଓଗୁଡିକୁ ଦେଖିବା ପରେ ରାଜ୍ୟବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି ହେବା ସହିତ ଏହା ଏକ ସମ୍ବେଦନଶୀଳ ବିଷୟ ବୋଲି ଅନୁଭବ ହେଉଛି। ମୁଖ୍ୟମନ୍ତ୍ରୀଙ୍କୁ ଯେଉଁଭଳି ଭାବେ ଲୋକଙ୍କ ପାଖରେ ଉପସ୍ଥାପନ କରାଯାଉଛି, ତାହା ରାଜ୍ୟବାସୀଙ୍କୁ ଦୁଃଖ ଦେଇଛି। ନବୀନ ବାବୁ ବିରୋଧୀଙ୍କୁ ଚୋର ଓ ଚଣ୍ଡାଳ କେବେ କହିବେନି। ସବୁଠୁ ଆଶ୍ଚର୍ଯ୍ୟର ବିଷୟ ମୁଖ୍ୟମନ୍ତ୍ରୀଙ୍କ ଭିଡିଓରେ ଫନ୍‌ ମ୍ୟୁଜିକ୍‌ ଦିଆଯାଇଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଯଥାଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନମୁକ୍ତ କରିବା ପାଇଁ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଗୁରୁବାର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମହାନ୍ତି କହିଲେ, ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ କାର୍ତ୍ତିକ ପାଣ୍ଡିଆନ ସମ୍ପୂର୍ଣ୍ଣ ରୂପେ ବନ୍ଧକ ରଖିଥିବା ନେଇ ଯଥେଷ୍ଟ ପ୍ରମାଣ ଥିବା ସତ୍ତ୍ୱେ ରାଜ୍ୟ ପ୍ରଶାସନ ଏ ଦିଗରେ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ବିଜେଡି ପକ୍ଷରୁ ସାମାଜିକ ଗଣାମାଧ୍ୟମରେ ପ୍ରଚାର କରାଯାଉଥିବା ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଭିଡିଓଗୁଡ଼ିକ ଇଓ ଭିଡ଼ିଓ ଭଳି ଜଣାପଡୁଛି। ମୁଖ୍ୟମନ୍ତ୍ରୀଙ୍କ କଥା ପଞ୍ଜୁରି ଭିତରେ ଶୁଆକୁ କଥା କୁହାଇବା ଭଳି ଲାଗୁଛି। ଏଭଳି ଏକ ସମ୍ବେଦନଶୀଳ ବିଷୟକୁ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ ଗମ୍ଭୀରତାର ସହ ନେବା ଉଚିତ ବୋଲି ସେ କହିଛନ୍ତି। ଏହି ସମ୍ମିଳନୀରେ ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍‌ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?