ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟିପାଲି ଏହି ସୂଚନା ଦେଇଛନ୍ତି। ଗତ ୨ ଦିନ ଧରି କୋରାପୁଟ ଜିଲା ଡିଭିଏଫ ଫୋର୍ସ ଓ ବିଡିଡି ସ୍କ୍ବାର୍ଡ ମିଳିତ ଭାବେ ନାରାୟଣପାଟଣା ଥାନା ଅନ୍ତର୍ଗତ କେନ୍ଦବୋରିଗି, ମଙ୍ଗଳପୁର ଓ ଆତ୍ମାକୋଣ୍ଡା ଅଞ୍ଚଳରେ ମାଓବାଦୀ ବିରୋଧୀ ଅଭିଯାନ ଚଳାଇଥିଲେ। ସୁରେଶି ଗ୍ରାମ ଜଙ୍ଗଲରୁ ମାଓବାଦୀଙ୍କ ଦ୍ୱାରା ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଜବତ ସାମଗ୍ରୀ ମଧ୍ୟରେ ୬ଟି ଏସ୍‌ବିଏମ୍‌ଏଲ୍‌ ବନ୍ଧୁକ, ୩ଟି ଟିଫିନ ବୋମା, ୫୦ଟି ଜିଲେଟିନ ଷ୍ଟିକ, ଏସ୍‌ବିଏମ୍‌ଏଲ୍‌ ବନ୍ଧୁକ ପାଇଁ ବ୍ୟବହୃତ ଲୁହା ପାଇପ ୨୦୫ଟି, ୨ଟି କ୍ଲେମର ମାଇନ, ୨୦ଟି ଟିଫିନ ବାକ୍ସ, ବୋମାରେ ବ୍ୟବହୃତ ହେଉଥିବା ୩ କେଜି ଲୁହା ଖଣ୍ଡ, ଗୋଟିଏ ଲୁହାଖଣ୍ଡ, ଲୁହାର ଜାର, ୩ଟି ବ୍ଲାକବେଲଟ ଆଦି ସାମଗ୍ରୀ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri