ମାଓବାଦୀ ଖଞ୍ଜିଥିଲେ ଟିଫିନ୍‌ ବୋମା

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ କନ୍ଧମାଳରେ ନିଜର ସ୍ଥିତି ଜାହିର କରୁଛି ମାଓବାଦୀ ସଙ୍ଗଠନ । ସେପଟେ ପୋଲିସ ମାଓବାଦୀ ଦମନକୁ ମଧ୍ୟ ଚ୍ୟାଲେଞ୍ଜ କରୁଛି ସଙ୍ଗଠନ। ଏଭଳି ସ୍ଥିତିରେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମୁତୟନ ୧୨୭ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଟିଫିନ ବୋମା ଉଦ୍ଧାର ହୋଇଛି।

ସୂଚନାନୁଯାୟୀ, କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ  ବେଲଘର ଥାନା ଲଙ୍କାଗଡ଼ ପଞ୍ଚାୟତର ଗାହାଲି ଗ୍ରାମର ଜଣେ ଅଜ୍ଞାତ ବ୍ୟକ୍ତି ବ୍ୟାଗରେ କିଛି ଜିନିଷ ବୋହି ନେଇ ଯାଉଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇବା ପରେ ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ରଣନୀତି ପ୍ରସ୍ତୁତ କରିଥିଲେ। ଖବର ପାଇବା ପରେ କମାଣ୍ଡାଣ୍ଟ ଆନନ୍ଦ ଝା ଓ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ କୁମାର ରାଘବେନ୍ଦ୍ରଙ୍କ ନେତୃତ୍ୱରେ ସିଆର୍‌ପିଏଫ୍‌ ୧୨୭ ବାଟାଲିୟନର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ଅପରେଶନ ଆରମ୍ଭ କରିଥିଲେ। ବିଶେଷଜ୍ଞ ଦଳକୁ ଅପରେଶନ ଟିମ୍‌ ସହ ପଠାଇ ଘଟଣାର ଅନୁସନ୍ଧାନ କରିବା ବେଳେ ଲଙ୍କାଗଡ଼ ଗାହାଲି ଗାଁଠାରୁ ପ୍ରାୟ ୮୦୦ ମିଟର ଦୂରରୁ ଏକ ଟିଫିନ୍‌ ବୋମା ଉଦ୍ଧାର କରିବାରେ ସକ୍ଷମ ହୋଇଛି ସିଆରପିଏଫ୍‌ ଟିମ୍‌ । ଏନେଇ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି କମାଣ୍ଡାଣ୍ଟ। ଟିଫିନ ବୋମା ଉଦ୍ଧାର ପରେ ବୋମା ନିଷ୍କ୍ରିୟ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri