ଅପରେଶନ ବେଳେ ଛତ୍ରଭଙ୍ଗ ଦେଲେ ମାଓବାଦୀ: ବିପୁଳ ପରିମାଣର ସାମଗ୍ରୀ ଜବତ

ଫୁଲବାଣୀ ଅଫିସ, ୧୯।: କିଛି ଦିନର ନୀରବତା ପରେ କନ୍ଧମାଳ ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି। କୋମ୍ବିଂ ଅପରେଶନ୍‌ ବେଳେ ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଅଞ୍ଚଳ ଜଙ୍ଗଲରେ ଏକ ମାଓବାଦୀ କ୍ୟାମ୍ପକୁ ଯବାନମାନେ ଠାବ କରିଛନ୍ତି। ହେଲେ ଯବାନ ସେଠାରେ ପହଞ୍ଚିଲା ବେଳେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ। କ୍ୟାମ୍ପରେ ୧୦ରୁ ୧୨ଜଣ ମାଓବାଦୀ ଥିବା ଅନୁମାନ କରାଯାଉଛି ବୋଲି କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲ ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ୧୪ ତାରିଖରେ ମାଓବାଦୀ କ୍ୟାମ୍ପ ନେଇ ଖବର ମିଳିଥିଲା। ଯବାନମାନେ ୧୭ ତାରିଖରେ ସେଠାରେ ପହଞ୍ଚି କ୍ୟାମ୍ପ ଠାବ କରିଥିଲେ। ସେଠାରୁ ବହୁତ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଜବତ ସାମଗ୍ରୀ ମଧ୍ୟରେ ମେଡିସିନ, ପୋଷାକ, ଛୁରି, ଟାଙ୍ଗିଆ, ଟିଫିନ, ଆଲୁମିନିଅମ ହାଣ୍ଡି, ପାଲ ଆଦି ରହିଛି । ବର୍ତ୍ତମାନ ସୁଦ୍ଧା ସେଠାରେ କୋମ୍ବିଂ ଅପରେଶନ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri