ପୁଣି ସ୍ଥିତି ଜାହିର କଲେ ମାଓବାଦୀ: ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର ବ୍ୟାନର

ଫୁଲବାଣୀ ଅଫିସ,୧୮।୫: କିଛିଦିନର ନୀରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି। ଜିଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼, ଗୋଛାପଡ଼ା ଥାନା ଅଞ୍ଚଳରେ ମାଓବାଦୀ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି । ଜିଲାରେ ନୂତନ ମୋବଇଲ ଟାୱାର ନିର୍ମାଣକୁ ବିରୋଧ କରିବା ସହ ମେ ୨୦ ତାରିଖ ଓଡ଼ିଶା-ପୂର୍ବ ଛତିଶଗଡ଼ ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ବ୍ୟାନର ପୋଷ୍ଟର ମାଧ୍ୟମରେ ଆହ୍ବାନ ଦିଆଯାଇଛି । ମୁକୁନ୍ଦ କହଁର ହତ୍ୟାକାରୀ ପୋଲିସ କର୍ମଚାରୀଙ୍କୁ କଠିନରୁ କଠିନ ଦଣ୍ଡ ଦିଆଯାଉ, ଆଗାମୀ ଦିନରେ ପୋଲିସ ଓ ସିଆର୍‌ପିଏଫ୍‌ ଅତ୍ୟାଚାର ଓ ହତ୍ୟା ବିରୋଧରେ ସ୍ଥାନୀୟ ଜନତା ବିଦ୍ରୋହ ଆରମ୍ଭ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ଗତ ଫେବୃୟାରୀରେ ପୋଲିସକୁ ଟାର୍ଗେଟ୍‌ କରି ଆଇଇଡି ଖଞ୍ଜାଯାଇଥିଲା କିନ୍ତୁ ଦୁର୍ଭାଗ୍ୟ ବଶତଃ ଖବରଦାତା ରୋହିତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଦୁଃଖଦ ଘଟଣା ପାଇଁ ଆମେ ଜନତାଙ୍କୁ ଓ ମୃତକଙ୍କ ପରିବାରକୁ କ୍ଷମା ମାଗୁଅଛୁ । ଏହି ଘଟଣା ପାଇଁ ପୋଲିସ ଦାୟୀ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ) ବୋଲି ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri