ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଭୁବନେଶ୍ୱରର ଅନ୍ୟତମ ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂ ଖୋଲିବ କି ନାହିଁ ସେ ନେଇ କୌଣସି ନିଷ୍କର୍ଷ ବାହାରି ପାରି ନାହିଁ। ବୁଧବାର ବିଏମ୍‌ସି ଓ ପୋଲିସ ସହିତ ବ୍ୟବସାୟୀ ସଂଘର ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ତେବେ ମାର୍କେଟ ବିଲ୍ଡିଂରେ ଆଉ କୌଣସି ଉଠାଦୋକାନୀ ପଶି ପାରିବେ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ହେଲେ ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ ରହିବ ବୋଲି ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ ସଭାପତି ପ୍ରଦ୍ୟୁମ୍ନ କୁମାର ଜେନା ସୂଚନା ଦେଇଛନ୍ତି।
ସଂଘ ସହିତ କ୍ୟାପିଟାଲ ଥାନା ଏସିପି, ଆଇଆଇସି, ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ଜୋନାଲ ଡେପୁଟି କମିଶନର ମହେନ୍ଦ୍ର ବଢେଇ ପ୍ରମୁଖ ଆଲୋଚନା କରିଥିଲେ। ଆଲୋଚନାରେ ଉଠାଦୋକାନୀଙ୍କ ପାଇଁ ଉପୁଜୁଥିବା ବିଭିନ୍ନ ସମସ୍ୟା ଉପସ୍ଥାପନ କରାଯାଇଥିଲା। ମାର୍କେଟରେ ସାଧାରଣ ଲୋକଙ୍କ ପାଇଁ ତିଆରି ହୋଇଥିବା ଚୌକି, ଏପରିକି ରାସ୍ତା ମଝିରେ ଉଠାଦୋକାନୀମାନେ ସେମାନଙ୍କ ପସରା ମେଲାଇ ଦେଉଛନ୍ତି। ଜୋର୍‌ ଜବରଦସ୍ତ ବ୍ୟବସାୟ କରିବା ସହ ଅରାଜକତା ସୃଷ୍ଟି କରୁଛନ୍ତି। ସେମାନଙ୍କ ପାଇଁ ଅଯଥା ଭିଡ଼ ହେଉଥିବାବେଳେ ମାର୍କେଟର ସୌନ୍ଦର୍ଯ୍ୟ ମଧ୍ୟ ହ୍ରାସ ପାଉଛି। ଅପରପକ୍ଷେ ଉଠା ଦୋକାନୀଙ୍କ ପାଇଁ ଦୋକାନ ଭଡ଼ା ନେଇଥିବା ବ୍ୟବସାୟୀଙ୍କର ଘାଟା ହେଉଛି ବୋଲି ସେମାନେ ଅଭିଯୋଗ କରିଥିଲେ।
ଉଠା ଦୋକାନୀଙ୍କୁ ହଟାଇବା ଦାବି କରି ମାର୍କେଟ ବିଲ୍ଡିଂ ବ୍ୟବସାୟୀ ସଂଘ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଛି। ଜଣେ ମହିଳା ଉଠା ଦୋକାନୀ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କ ଗାଡ଼ି ଭାଙ୍ଗିବା ସହ ଗାଳିଗୁଲଜ କରିବାରୁ ଏହାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା। ଫଳରେ ସେଠାରେ ସ୍ଥାୟୀ ଦୋକାନ କରିଥିବା ବ୍ୟବସାୟୀମାନେ ସ୍ବତଃ ପ୍ରବୃତ୍ତ ଭାବେ ମାର୍କେଟକୁ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଘଟଣା ସ୍ଥଳରେ ବିଏମ୍‌ସି ଓ କ୍ୟାପିଟାଲ ଥାନା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ସହ ବୁଧବାର ଆଲୋଚନା ପାଇଁ ଡାକିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri