ମାର୍କେଟ ବିଲ୍ଡିଂ ବନ୍ଦ କଲା ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏମାନଙ୍କ ପାଇଁ ମାର୍କେଟ ପରିସରରେ ଅନେକ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାସହ ଅଯଥା ଭିଡ଼ ହେଉଛି। ଏପରି ଅଭିଯୋଗ ଆଣି ମାର୍କେଟ ବିଲ୍ଡିଂ ବ୍ୟବସାୟୀ ସଂଘ ଉଠା ଦୋକାନୀଙ୍କୁ ହଟାଇବା ପାଇଁ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ମଙ୍ଗଳବାର ଜଣେ ମହିଳା ଉଠା ଦୋକାନୀ ଜଣେ ବ୍ୟବସାୟୀଙ୍କ ଗାଡ଼ି ଭାଙ୍ଗିବା ସହ ଗାଳିଗୁଲଜ କରିବାକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରତିବାଦରେ ସ୍ଥାନୀୟ ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂକୁ ବ୍ୟବସାୟୀ ସଂଘ ବନ୍ଦ ଘୋଷଣା କରିଥିଲା। ଘଟଣାସ୍ଥଳରେ ବିଏମ୍‌ସି ଅଧିକାରୀ ଓ କ୍ୟାପିଟାଲ ଥାନା ପୋଲିସ ପହଞ୍ଚତ୍ ଉତ୍ତେଜିତ ବ୍ୟବସାୟୀମାନଙ୍କୁ ବୁଝାଶୁଝା କରିଥିଲେ। ବୁଧବାର ପୂର୍ବାହ୍ନ ୧୧ଟାରେ ବିଏମ୍‌ସି ଅଧିକାରୀଙ୍କ ସହ ସଂଘର ଏକ ବୈଠକ ଡକାଯାଇଛି। ସେଠାରେ ଦୋକାନୀମାନେ ନିଜ ସମସ୍ୟା ସମ୍ପର୍କରେ ବିଏମ୍‌ସି ଅଧିକାରୀଙ୍କ ସହ ଆଲୋଚନା କରିବେ। ଯଦି ସନ୍ତୋଷଜନକ ପ୍ରତିଶ୍ରୁତି ମିଳିଲା, ତେବେ ସେମାନେ ଆନ୍ଦୋଳନରୁ ହଟିବା ସହ ଦୋକାନ ଖୋଲିବେ। ନଚେତ୍‌ ସେମିତି ଦୋକାନ ବନ୍ଦ ରଖି ଆନ୍ଦୋଳନ ଜାରି ରଖିବେ ବୋଲି ସଂଘ ଚେତାବନୀ ଦେଇଛି।
ମାର୍କେଟ୍‌ ବିଲ୍ଡିଂରେ ପ୍ରାୟ ୬୦୦ରୁ ଊର୍ଦ୍ଧ୍ୱ ଉଠା ଦୋକାନୀ ବ୍ୟବସାୟ କରୁଛନ୍ତି। ଲଗାତର ଦୁଇ ତିନିଦିନ ହେବ କେତେଜଣ ଉଠା ଦୋକାନୀ ମାରପିଟ୍‌, ଝଗଡ଼ା, ଗାଡ଼ି ଭଙ୍ଗାରୁଜା ଆଦି କରୁଥିବା ସଂଘ ଅଭିଯୋଗ ଆଣିଛି। ସେମାନେ ମାର୍କେଟ୍‌ ବିଲ୍ଡିଂ ମଝିରେ ବସି ବ୍ୟବସାୟ କରୁଛନ୍ତି। ଯିଏ ପାରୁଛି ଯେଉଁଠି ବସି ବେପାର କରୁଛି। ଫଳରେ ନାନା ସମସ୍ୟା ସୃଷ୍ଟି ହେଉଛି। ଗ୍ରାହକ ଓ ସ୍ଥାୟୀ ଦୋକାନ ମାଲିକଙ୍କୁ ମଧ୍ୟ ଧମକ ଦେଉଛନ୍ତି। ଗାଡ଼ି ଭଙ୍ଗାରୁଜା କରୁଛନ୍ତ। ସେମାନଙ୍କ ପାଇଁ ମାର୍କେଟ୍‌ ବିଲ୍ଡିଂରେ ଅଯଥା ଗହଳି ହେଉଛି। ରାସ୍ତାରେ ଯାଆ ଆସ କରି ହେଉନାହିଁ। ସାଧାରଣ ଲୋକମାନେ ମଧ୍ୟ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି କରୋନା ସମୟରେ ଭିଡ଼ ମଧ୍ୟ ଜମୁଛି। ଭିଡ଼ର ସୁଯୋଗ ନେଇ ଚୋରି ଓ ନାନା ଅପରାଧ ଘଟୁଛି। ଉଠା ଦୋକାନୀଙ୍କ ପାଇଁ ଦୋକାନ ଭଡ଼ା ନେଇ ବେପାର କରୁଥିବା ବ୍ୟବସାୟୀଙ୍କର ଘାଟା ହେଉଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri