୪ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୧.୧୪ ଲକ୍ଷ କୋଟି ବଢ଼ିଲା

ନୂଆଦିଲ୍ଲୀ,୧୨।୪:  ଦେଶର ୧୦ ସବୁଠାରୁ ଭାଲ୍ୟୁ କମ୍ପାନୀଙ୍କ ମଧ୍ୟରୁ ୪ଟିର ବଜାର ପୁଞ୍ଜୀକରଣ ୧.୧୪ ଲକ୍ଷ କୋଟି ଟଙ୍କା ବଢିଛି। ଏହି ସମୟରେ ପ୍ରମୁଖ ଆଇଟି କମ୍ପାନୀ ଟାଟା କନସଲ୍‌ଟାନ୍ସି ସର୍ଭିସେସ୍‌ ଏବଂ ଇନ୍‌ଫୋସିସ୍‌ ଆଗରେ ରହିଛି। ଅନ୍ୟ ୨ କମ୍ପାନୀ ମଧ୍ୟରେ ହିନ୍ଦୁସ୍ତାନ ୟୁନିଲିଭର ଏବଂ ଭାରତୀ ଏୟାରଟେଲ ରହିଛନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ,ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ, କୋଟାକ ମହିନ୍ଦ୍ରା ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଭଳି କମ୍ପାନୀଗୁଡିକ ବଜାର ପୁଞ୍ଜୀକରଣ ହ୍ରାସ ହୋଇଛି। ଟିସିଏସ୍‌ର ଭାଲ୍ୟୁଏଶନରେ ୫୭,୮୧୬ କୋଟି ଟଙ୍କା ବୃଦ୍ଧି ଘଟି ୧୨.୨୮ ଲକ୍ଷ କୋଟି ଟଙ୍କା ଛୁଇଁଛି। ସେହିଭଳି ହିନ୍ଦୁସ୍ତାନ ୟୁନିଲିଭର ଭାଲ୍ୟୁଏଶନରେ ୧୭,୯୭୪ କୋଟି ଟଙ୍କା ବୃଦ୍ଧି ହୋଇ ୫.୮୧ ଲକ୍ଷ କୋଟି ଟଙ୍କା ରହିଛି। ଏହି ସମୟରେ ଭାରତୀ ଏୟାରଟେଲ୍‌ର ଭାଲ୍ୟୁଏଶନ ୧୫,୩୨୮ କୋଟି ଟଙ୍କା ବଢିବା ଯୋଗୁ ୨.୯୯ ଲକ୍ଷ କୋଟି ଟଙ୍କା ଛୁଇଁଛି। ଦେଶର ପୁଞ୍ଜିବଜାରରେ ୧୦ ଭାଲ୍ୟୁ କମ୍ପାନୀଙ୍କ ମଧ୍ୟରେ ରିଲାଏନ୍ସ ସବୁଠାରୁ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri