ବର୍ଷାରେ ବଜାର କାଦୁଅ ପଚପଚ: ହନ୍ତସନ୍ତ ବୁଣାକାର-ବ୍ୟବସାୟୀ

ପଦ୍ମପୁର,୨୬।୭(ପ୍ରଦୀପ୍ତ ଦାଶ): ଆଜିକାଲି ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ହେଉଛି। ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷା ଯୋଗୁ ପଦ୍ମପୁରରୁ ମାତ୍ର ୨ କି.ମି ହେବ ମହୁଳପାଲି ସମ୍ବଲପୁରୀ କପଡା ବଜାର ବେହାଳ ହୋଇପଡ଼ିଛି। ଏହି ବଜାରକୁ ପଦ୍ମପୁର ବ୍ଲକ ସମେତ ବରପାଲି,ଗାଇସିଲାଟ,ବରଗଡ଼,ବଲାଙ୍ଗିର ଅଞ୍ଚଳର ପ୍ରାୟ ୪ ହଜାର ରୁ ଉଦ୍ଧର୍‌ବ ବୁଣାକାର ଓ ବ୍ୟବସାୟୀ ନିର୍ଭା କରିଥାନ୍ତି। ଦୀର୍ଘ ବର୍ଷ ଧରି ବୁଣାକାରମାନେ ବର୍ଷା ଦିନରେ ବହୁତ ଅସୁବିଧାର ସମ୍ମୁଖୀନ ହେଉଥିବା ଖବର ନଜରକୁ ଆସିଛି। ବର୍ଷାରେ ଓଦା ହୋଇଛି କପଡା ଓ ସୂତା ସାମଗ୍ରୀ। ଫଳରେ ହତାଶ ହୋଇ ଫେରିଯାଇଛନ୍ତି କପଡା ବ୍ୟବସାୟୀ ଓ ବୁଣାକାର।
ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ କୌଣସି ସ୍ଥାନରେ ଛପର ନ ଥିବାରୁ ବର୍ଷା ଆସିଲେ ବୁଣାକାର ଓ ବ୍ୟବସାୟୀମାନଙ୍କର କପଡା ଓଦା ହୋଇଯିବାରୁ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାଆନ୍ତି । ଯଥାଶୀଘ୍ର ଏହାର ସମାଧାନ ପାଇଁ ପଦ୍ମପୁର ମହୁଳପାଲି ବୁଣାକାର ଓ ବ୍ୟବସାୟୀ ସଂଘ ଗଣମାଧ୍ୟମ ଜରିଆରେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri