ମଣ୍ଡି ଖୋଲିନି, ଧାନର ଅଭାବୀ ବିକ୍ରି

ଖୋର୍ଦ୍ଧା,୨୨ା୧୨(ପ୍ରଭାତ ପାଣିଗ୍ରାହୀ): ଖରିଫ ଧାନକିଣାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ କରିବା ଲାଗି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଧାନକିଣା ଆରମ୍ଭ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜିଲା ଯୋଗାଣ ବିଭାଗ ଏବଂ ମିଲର୍ସଙ୍କ ମଧ୍ୟରେ ବୁଝାବଣା ଅଭାବରୁ ଜିଲାରେ ବର୍ତ୍ତମାନ ସୁଦ୍ଧା ଧାନକିଣା ଆରମ୍ଭ ହୋଇନାହିଁ। ମଣ୍ଡି ଖୋଲିବାରେ ବିଳମ୍ବ ଯୋଗୁ ଚାଷୀ ହରଡଘଣାରେ ପଡିଛି। ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଧାନ ଫସଲ ଭଲ ହୋଇଛି। ତେବେ ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ଶିକାର ହେଉଛନ୍ତି।
ଜିଲାର ବିଭିନ୍ନ ଗ୍ରାମାଞ୍ଚଳରୁ ଟ୍ରକରେ ଧାନ ଆନ୍ଧ୍ରପ୍ରଦେଶ ଚାଲାଣ ହେଉଛି। ସ୍ଥାନୀୟ ବେପାରୀଙ୍କୁ ହାତ କରି ଆନ୍ଧ୍ର ବେପାରୀମାନେ ଧାନ କିଣୁଛନ୍ତି। ଖୋର୍ଦ୍ଧା ଜିଲାରେ ଯୋଗାଣ ବିଭାଗର ଅବହେଳାରୁ ଧାନ ମଣ୍ଡିକୁ ଯିବା ପୂର୍ବରୁ ଆନ୍ଧ୍ରକୁ ଚାଲାଣ ହେଉଛି। ବାଣପୁର, ଚିଲିକା, ବୋଲଗଡ଼, ବେଗୁନିଆ, ଟାଙ୍ଗୀ, ଖୋର୍ଦ୍ଧା ବ୍ଲକର ବିଭିନ୍ନ ଗ୍ରାମରୁ ସ୍ଥାନୀୟ ବେପାରୀଙ୍କ ସହାୟତାରେ ଧାନ ଉଠାଯାଉଥିବା ଜଣାପଡିଛି। ଚଳିତ ବର୍ଷ ଧାନକିଣା ବିଳମ୍ବ ଘଟୁଥିବାରୁ ଚାଷୀ ଏବେ ଅଭାବୀ ବିକ୍ରିର ଶିକାର ହୋଇଛନ୍ତି। ଆନ୍ଧ୍ର ବେପାରୀ ଚାଷୀଙ୍କଠାରୁ କମ୍‌ ମୂଲ୍ୟରେ ଧାନ କିଣି ନେଉଥିବା ଜଣାପଡିଛି।
ପ୍ରକାଶ ଯେ, ଖୋର୍ଦ୍ଧା ଜିଲାରେ ଡିସେମ୍ବର ୨୯ରୁ ଧାନ ସଂଗ୍ରହ ଲାଗି ଧାର୍ଯ୍ୟ କରାଯାଇଛି। ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ଜିଲାରେ ୧୫୪ ମଣ୍ଡିରେ ଧାନ ସଂଗ୍ରହ କରାଯିବ। ଖରିଫ ଧାନ ସଂଗ୍ରହ ଲାଗି ୧୩୯ ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ) ଏବଂ ୧୫ଟି ଉପକେନ୍ଦ୍ର କରାଯାଇଛି ବୋଲି ଜିଲା ଯୋଗାଣ ଅଧିକାରୀ ସୁଗୁଡା ମୁର୍ମୁ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୩ ଲକ୍ଷ ୧୧ହଜାର ୭୬୪ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଚଳିତବର୍ଷ ଚାଷୀଙ୍କ ପଞ୍ଜୀକରଣ ୬ପ୍ରତିଶତ ବୃଦ୍ଧି ପାଇଛି। ଗତ ବର୍ଷ ଖରିଫରେ ୪୮ହଜାର ୪୦୮ ଚାଷୀ ପଞ୍ଜୀକୃତ କରିଥିବା ବେଳେ ଚଳିତ ବର୍ଷ ୫୧ହଜାର ୧୫୧ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ୟାକ୍ସରେ ଧାନ କିଣାଯିବ। ଗତବର୍ଷ ଦୈନିକ ୧୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିବା ବେଳେ ଚଳିତବର୍ଷ ୧୫ଶହ କୁଇଣ୍ଟାଲ ଧାନ ଉଠାଯିବ। ଏ ସମ୍ପର୍କରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି, ମଣ୍ଡିରେ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଛି। ଚାଷୀଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯିବ। ମଣ୍ଡିକୁ ଦଲାଲ ମୁକ୍ତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri