ମଣ୍ଡି ଖୋଲିନି, ଧାନର ଅଭାବୀ ବିକ୍ରି

ଖୋର୍ଦ୍ଧା,୨୨ା୧୨(ପ୍ରଭାତ ପାଣିଗ୍ରାହୀ): ଖରିଫ ଧାନକିଣାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ କରିବା ଲାଗି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଧାନକିଣା ଆରମ୍ଭ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜିଲା ଯୋଗାଣ ବିଭାଗ ଏବଂ ମିଲର୍ସଙ୍କ ମଧ୍ୟରେ ବୁଝାବଣା ଅଭାବରୁ ଜିଲାରେ ବର୍ତ୍ତମାନ ସୁଦ୍ଧା ଧାନକିଣା ଆରମ୍ଭ ହୋଇନାହିଁ। ମଣ୍ଡି ଖୋଲିବାରେ ବିଳମ୍ବ ଯୋଗୁ ଚାଷୀ ହରଡଘଣାରେ ପଡିଛି। ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଧାନ ଫସଲ ଭଲ ହୋଇଛି। ତେବେ ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ଶିକାର ହେଉଛନ୍ତି।
ଜିଲାର ବିଭିନ୍ନ ଗ୍ରାମାଞ୍ଚଳରୁ ଟ୍ରକରେ ଧାନ ଆନ୍ଧ୍ରପ୍ରଦେଶ ଚାଲାଣ ହେଉଛି। ସ୍ଥାନୀୟ ବେପାରୀଙ୍କୁ ହାତ କରି ଆନ୍ଧ୍ର ବେପାରୀମାନେ ଧାନ କିଣୁଛନ୍ତି। ଖୋର୍ଦ୍ଧା ଜିଲାରେ ଯୋଗାଣ ବିଭାଗର ଅବହେଳାରୁ ଧାନ ମଣ୍ଡିକୁ ଯିବା ପୂର୍ବରୁ ଆନ୍ଧ୍ରକୁ ଚାଲାଣ ହେଉଛି। ବାଣପୁର, ଚିଲିକା, ବୋଲଗଡ଼, ବେଗୁନିଆ, ଟାଙ୍ଗୀ, ଖୋର୍ଦ୍ଧା ବ୍ଲକର ବିଭିନ୍ନ ଗ୍ରାମରୁ ସ୍ଥାନୀୟ ବେପାରୀଙ୍କ ସହାୟତାରେ ଧାନ ଉଠାଯାଉଥିବା ଜଣାପଡିଛି। ଚଳିତ ବର୍ଷ ଧାନକିଣା ବିଳମ୍ବ ଘଟୁଥିବାରୁ ଚାଷୀ ଏବେ ଅଭାବୀ ବିକ୍ରିର ଶିକାର ହୋଇଛନ୍ତି। ଆନ୍ଧ୍ର ବେପାରୀ ଚାଷୀଙ୍କଠାରୁ କମ୍‌ ମୂଲ୍ୟରେ ଧାନ କିଣି ନେଉଥିବା ଜଣାପଡିଛି।
ପ୍ରକାଶ ଯେ, ଖୋର୍ଦ୍ଧା ଜିଲାରେ ଡିସେମ୍ବର ୨୯ରୁ ଧାନ ସଂଗ୍ରହ ଲାଗି ଧାର୍ଯ୍ୟ କରାଯାଇଛି। ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ଜିଲାରେ ୧୫୪ ମଣ୍ଡିରେ ଧାନ ସଂଗ୍ରହ କରାଯିବ। ଖରିଫ ଧାନ ସଂଗ୍ରହ ଲାଗି ୧୩୯ ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ) ଏବଂ ୧୫ଟି ଉପକେନ୍ଦ୍ର କରାଯାଇଛି ବୋଲି ଜିଲା ଯୋଗାଣ ଅଧିକାରୀ ସୁଗୁଡା ମୁର୍ମୁ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୩ ଲକ୍ଷ ୧୧ହଜାର ୭୬୪ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଚଳିତବର୍ଷ ଚାଷୀଙ୍କ ପଞ୍ଜୀକରଣ ୬ପ୍ରତିଶତ ବୃଦ୍ଧି ପାଇଛି। ଗତ ବର୍ଷ ଖରିଫରେ ୪୮ହଜାର ୪୦୮ ଚାଷୀ ପଞ୍ଜୀକୃତ କରିଥିବା ବେଳେ ଚଳିତ ବର୍ଷ ୫୧ହଜାର ୧୫୧ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ୟାକ୍ସରେ ଧାନ କିଣାଯିବ। ଗତବର୍ଷ ଦୈନିକ ୧୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିବା ବେଳେ ଚଳିତବର୍ଷ ୧୫ଶହ କୁଇଣ୍ଟାଲ ଧାନ ଉଠାଯିବ। ଏ ସମ୍ପର୍କରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି, ମଣ୍ଡିରେ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଛି। ଚାଷୀଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯିବ। ମଣ୍ଡିକୁ ଦଲାଲ ମୁକ୍ତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?