କେନ୍ଦ୍ରର ବଜାର ଋଣ ୭.୦୬ ଲକ୍ଷ କୋଟି

ନୂଆଦିଲ୍ଲୀ : ଚଳିତ ଆର୍ଥତ୍କ ବର୍ଷର ଅଦ୍ୟାବଧି କେନ୍ଦ୍ର ସରକାରଙ୍କ ବଜାର ଋଣ ୭.୦୬ ଲକ୍ଷ କୋଟି ଟଙ୍କା ଛୁଇଁଛି। ସରକାର ବର୍ତ୍ତମାନ ସୁଦ୍ଧା ୮୪,୦୨୩ କୋଟି ଟଙ୍କାର ଅଣ ଟିକସ ରାଜସ୍ବ ସଂଗ୍ରହ କରିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାକୁ ସୂଚନା ଦେଇ କହିଛନ୍ତି ଯେ, ଚଳିତ ଆର୍ଥତ୍କ ବର୍ଷରେ ବର୍ତ୍ତମାନ ସୁଦ୍ଧା ୯୫,୫୩୩ କୋଟି ଟଙ୍କାର କର୍ପୋରେଟ ଟିକସ ସଂଗ୍ରହ ହୋଇଛି। ସେହିଭଳି ୩.୫୯ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ସେ ସ୍ପଷ୍ଟ କରିଛନ୍ତି। ଜୁଲାଇ ୩୧ ସୁଦ୍ଧା କେନ୍ଦ୍ର ସରକାରଙ୍କ ମୋଟ ଖର୍ଚ୍ଚ ୧୦.୫୪ ଲକ୍ଷ କୋଟି ଟଙ୍କା ରହିଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ କୋଭିଡ ମହାମାରୀ ବିରୋଧରେ ଲଢେଇ ଲାଗି ୮,୫୭୫ କୋଟି ଟଙ୍କା ଦିଆଯାଇଛି। ଏହି ଖର୍ଚ୍ଚ ମଧ୍ୟରେ ଆୟୁଷ ମନ୍ତ୍ରଣାଳୟର ୨୦.୮୧ କୋଟି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ୧୦୨.୦୮ କୋଟି ଟଙ୍କା ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ୧୯.୩୪ କୋଟି ଟଙ୍କା ସାମିଲ ରହିଛି।
ଠାକୁର ପୁଣି କହିଛନ୍ତି ଯେ, ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ମାସ୍କ ଏବଂ ପିପିଇ କିଟ୍‌ କିଣାରେ ୨୪୫୪ କୋଟି ଟଙ୍କା ବ୍ୟୟ କରାଯାଇଛି। ସେହିଭଳି ଆୟୁଷ ମନ୍ତ୍ରଣାଳୟ ଏଥିଲାଗି ୧.୩୫ କୋଟି ଖର୍ଚ୍ଚ କରିଛି। ଏହି ବର୍ଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଖର୍ଚ୍ଚ ୫୮.୦୫ କୋଟି ଟଙ୍କା ରହିଛି। କୋଭିଡ ଯୋଗୁ ସମସ୍ୟାରେ ରହିଥିବା ବ୍ୟକ୍ତି ବିଶେଷ ଏବଂ ସାରା ଦେଶ ଲାଗି ୨ଟି ପ୍ୟାକେଜ ସରକାର ଘୋଷଣା କରିଛନ୍ତି। ଏହା ମଧ୍ୟରେ ୧.୭୦ ଲକ୍ଷ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ୨୦ ଲକ୍ଷ କୋଟି ଟଙ୍କାର ଆତ୍ମ ନିର୍ଭର ଭାରତ ଯୋଜନା ରହିଥିଲା। ୨୦୨୦-୨୧ ଆର୍ଥତ୍କ ବର୍ଷର ଜୁଲାଇ ଶେଷ ସୁଦ୍ଧା ସରକାରଙ୍କ ମୋଟ ପୁଞ୍ଜି ଖର୍ଚ୍ଚ ୧.୧୧ ଲକ୍ଷ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍‌ ସମନ୍ବିତ ବିଦ୍ୟୁତ୍‌ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri